ଯାତ୍ରା ପୁସ୍ତକ 12

ସେହି ଚାରି ଶହ ତିରିଶ ବର୍ଷ ଶେଷରେ, ସେହି ଦିନରେ ସଦାପ୍ରଭୁଙ୍କ ସୈନ୍ୟସମୂହ ମିସରରୁ ବାହାର ହେଲେ।

Exodus 12:41 (UKJV) And it came to pass at the end of the four hundred and thirty years, even the very same day it came to pass, that all the hosts of the LORD went out from the land of Egypt.

39ଏଥିଉତ୍ତାରେ ସେମାନେ ମିସରଠାରୁ ଆନୀତ ଚକଟା ମଇଦାରେ ତାଡ଼ିଶୂନ୍ୟ ରୁଟି ପ୍ରସ୍ତୁତ କଲେ; କାରଣ ତାହା ତାଡ଼ି ମିଶ୍ରିତ ହୋଇ ନ ଥିଲା; ଯେହେତୁ ସେମାନେ ମିସରରୁ ତାଡ଼ିତ ହୋଇଥିଲେ, ଏଥିପାଇଁ ବିଳମ୍ବ କରି ନ ପାରିବାରୁ ଆପଣା ଆପଣା ନିମନ୍ତେ କିଛି ଖାଦ୍ୟ ପ୍ରସ୍ତୁତ କରିପାରି ନ ଥିଲେ।

40ଇସ୍ରାଏଲ ବଂଶ ଚାରି ଶହ ତିରିଶ ବର୍ଷ ପର୍ଯ୍ୟନ୍ତ ମିସର ଦେଶରେ ପ୍ରବାସ କରିଥିଲେ।

41ସେହି ଚାରି ଶହ ତିରିଶ ବର୍ଷ ଶେଷରେ, ସେହି ଦିନରେ ସଦାପ୍ରଭୁଙ୍କ ସୈନ୍ୟସମୂହ ମିସରରୁ ବାହାର ହେଲେ।

42ମିସର ଦେଶରୁ ସେମାନେ ବାହାର ହେବା ସକାଶୁ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅତ୍ୟନ୍ତ ପାଳନୀୟ ରାତ୍ରି; ତାହା ସଦାପ୍ରଭୁଙ୍କ ରାତ୍ରି ବୋଲି ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ବିଶେଷ ପାଳନୀୟ ଅଟଇ।

43ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ନିସ୍ତାର ପର୍ବର ଏହି ବିଧି; କୌଣସି ବିଦେଶୀୟ ଲୋକ ତାହା ଭୋଜନ କରିବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.