40ଇସ୍ରାଏଲ ବଂଶ ଚାରି ଶହ ତିରିଶ ବର୍ଷ ପର୍ଯ୍ୟନ୍ତ ମିସର ଦେଶରେ ପ୍ରବାସ କରିଥିଲେ।
41ସେହି ଚାରି ଶହ ତିରିଶ ବର୍ଷ ଶେଷରେ, ସେହି ଦିନରେ ସଦାପ୍ରଭୁଙ୍କ ସୈନ୍ୟସମୂହ ମିସରରୁ ବାହାର ହେଲେ।
42ମିସର ଦେଶରୁ ସେମାନେ ବାହାର ହେବା ସକାଶୁ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅତ୍ୟନ୍ତ ପାଳନୀୟ ରାତ୍ରି; ତାହା ସଦାପ୍ରଭୁଙ୍କ ରାତ୍ରି ବୋଲି ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ବିଶେଷ ପାଳନୀୟ ଅଟଇ।
43ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ନିସ୍ତାର ପର୍ବର ଏହି ବିଧି; କୌଣସି ବିଦେଶୀୟ ଲୋକ ତାହା ଭୋଜନ କରିବ ନାହିଁ।
44ମାତ୍ର ରୌପ୍ୟ ଦ୍ୱାରା କ୍ରୀତ ପ୍ରତ୍ୟେକ ଲୋକର ଦାସ ସୁନ୍ନତ ହେଲେ ଖାଇ ପାରିବ;