ଯାତ୍ରା ପୁସ୍ତକ 12

କୌଣସି ପ୍ରବାସୀ ବା ବେତନଜୀବୀ ଦାସ ତାହା ଖାଇ ପାରିବ ନାହିଁ।

Exodus 12:45 (UKJV) A foreigner and an hired servant shall not eat thereof.

43ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ନିସ୍ତାର ପର୍ବର ଏହି ବିଧି; କୌଣସି ବିଦେଶୀୟ ଲୋକ ତାହା ଭୋଜନ କରିବ ନାହିଁ।

44ମାତ୍ର ରୌପ୍ୟ ଦ୍ୱାରା କ୍ରୀତ ପ୍ରତ୍ୟେକ ଲୋକର ଦାସ ସୁନ୍ନତ ହେଲେ ଖାଇ ପାରିବ;

45କୌଣସି ପ୍ରବାସୀ ବା ବେତନଜୀବୀ ଦାସ ତାହା ଖାଇ ପାରିବ ନାହିଁ।

46ଏକ ଗୃହ ମଧ୍ୟରେ ତାହା ଭୋଜନ କରାଯିବ; ତୁମ୍ଭେ ସେହି ମାଂସର କିଛିମାତ୍ର ଗୃହ ବାହାରକୁ ନେଇଯିବ ନାହିଁ; କିଅବା ତାହାର ଗୋଟିଏ ଅସ୍ଥି ହିଁ ଭାଙ୍ଗିବ ନାହିଁ।

47ଇସ୍ରାଏଲର ସମଗ୍ର ମଣ୍ଡଳୀ ତାହା ପାଳନ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.