ଯାତ୍ରା ପୁସ୍ତକ 12

ଆଉ ଦେଶଜାତ ଲୋକ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ଲୋକ ପ୍ରତି ଗୋଟିଏ ବିଧି ହେବ।”

Exodus 12:49 (UKJV) One law shall be to him that is native, and unto the stranger that sojourns among you.

47ଇସ୍ରାଏଲର ସମଗ୍ର ମଣ୍ଡଳୀ ତାହା ପାଳନ କରିବେ।

48ପୁଣି, ତୁମ୍ଭ ସଙ୍ଗରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ସଦାପ୍ରଭୁଙ୍କର ନିସ୍ତାର ପର୍ବ ପାଳନ କରିବାକୁ ଚାହେଁ, ତେବେ ତାହାର ପରିବାରର ସମସ୍ତ ପୁରୁଷ ସୁନ୍ନତ ହେଉନ୍ତୁ, ତହିଁ ଉତ୍ତାରେ ସେ ନିକଟକୁ ଆସି ପର୍ବ ପାଳନ କରୁ; ତହିଁରେ ସେ ଦେଶଜାତ ଲୋକ ତୁଲ୍ୟ ହେବ; ମାତ୍ର କୌଣସି ଅସୁନ୍ନତ ଲୋକ ତାହା ଭୋଜନ କରିବ ନାହିଁ।

49ଆଉ ଦେଶଜାତ ଲୋକ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ଲୋକ ପ୍ରତି ଗୋଟିଏ ବିଧି ହେବ।”

50ତହିଁରେ ଇସ୍ରାଏଲର ସମସ୍ତ ସନ୍ତାନ ଏହି ପ୍ରକାର କଲେ; ମୋଶା ଓ ହାରୋଣଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଯେପରି ଥିଲା, ସେହିପରି ସେମାନେ କଲେ।

51ଏହି ପ୍ରକାରେ ସଦାପ୍ରଭୁ ସେହି ଦିନ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.