6ସେହି ମାସର ଚତୁର୍ଦ୍ଦଶ ଦିନ ଯାଏ ତାକୁ ବନ୍ଦ କରି ରଖିବ; ଏଥିଉତ୍ତାରେ ଇସ୍ରାଏଲ-ମଣ୍ଡଳୀର ସମସ୍ତ ସମାଜ ସନ୍ଧ୍ୟାକାଳରେ ସେହି ଶାବକକୁ ବଧ କରିବେ।
7ପୁଣି, ଲୋକମାନେ ତାହାର କିଛି ରକ୍ତ ନେଇ ଯେଉଁ ଯେଉଁ ଗୃହ ମଧ୍ୟରେ ମେଷ ଭୋଜନ କରିବେ, ସେହି ସେହି ଗୃହ ଦ୍ୱାରର ଦୁଇ ବାଜୁବନ୍ଧ ଓ କପାଳୀ ଉପରେ ତାହା ଲଗାଇବେ।
8ଆଉ ସେହି ରାତ୍ରିରେ ତାହାର ମାଂସ ଭୋଜନ କରିବେ; ଅଗ୍ନିରେ ଦଗ୍ଧ କରି ତାଡ଼ିଶୂନ୍ୟ ରୁଟି ଓ ପିତା ଶାକ ସହିତ ତାହା ଭୋଜନ କରିବେ।
9ତୁମ୍ଭେମାନେ ସେହି ମାଂସ ଅପକ୍ୱ କିମ୍ବା ଜଳରେ ସିଦ୍ଧ କରି ଭୋଜନ କରିବ ନାହିଁ, ମାତ୍ର ଅଗ୍ନିରେ ତାହାର ମୁଣ୍ଡ ଓ ଜଙ୍ଘ ଶରୀର ସମେତ ଦଗ୍ଧ କରି ଭୋଜନ କରିବ।
10ପୁଣି, ପ୍ରଭାତ ଯାଏ ତହିଁର କିଛି ରଖିବ ନାହିଁ; ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତାହା ଅଗ୍ନିରେ ଭସ୍ମସାତ୍ କରିବ।