7ପୁଣି, ଲୋକମାନେ ତାହାର କିଛି ରକ୍ତ ନେଇ ଯେଉଁ ଯେଉଁ ଗୃହ ମଧ୍ୟରେ ମେଷ ଭୋଜନ କରିବେ, ସେହି ସେହି ଗୃହ ଦ୍ୱାରର ଦୁଇ ବାଜୁବନ୍ଧ ଓ କପାଳୀ ଉପରେ ତାହା ଲଗାଇବେ।
8ଆଉ ସେହି ରାତ୍ରିରେ ତାହାର ମାଂସ ଭୋଜନ କରିବେ; ଅଗ୍ନିରେ ଦଗ୍ଧ କରି ତାଡ଼ିଶୂନ୍ୟ ରୁଟି ଓ ପିତା ଶାକ ସହିତ ତାହା ଭୋଜନ କରିବେ।
9ତୁମ୍ଭେମାନେ ସେହି ମାଂସ ଅପକ୍ୱ କିମ୍ବା ଜଳରେ ସିଦ୍ଧ କରି ଭୋଜନ କରିବ ନାହିଁ, ମାତ୍ର ଅଗ୍ନିରେ ତାହାର ମୁଣ୍ଡ ଓ ଜଙ୍ଘ ଶରୀର ସମେତ ଦଗ୍ଧ କରି ଭୋଜନ କରିବ।
10ପୁଣି, ପ୍ରଭାତ ଯାଏ ତହିଁର କିଛି ରଖିବ ନାହିଁ; ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତାହା ଅଗ୍ନିରେ ଭସ୍ମସାତ୍ କରିବ।
11ଏହି ପ୍ରକାରେ ତୁମ୍ଭେମାନେ ତାହା ଚଞ୍ଚଳ ଭୋଜନ କରିବ, କାରଣ ତୁମ୍ଭେମାନେ କଟିବନ୍ଧନ କରି ପାଦରେ ପାଦୁକା ଦେଇ ହସ୍ତରେ ଯଷ୍ଟି ଘେନି ଯାତ୍ରା କରିବା ନିମନ୍ତେ ପ୍ରସ୍ତୁତ ହେବ; ଏହା ସଦାପ୍ରଭୁଙ୍କର ନିସ୍ତାର ପର୍ବ।