1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2“ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ ହେଉ କି ପଶୁ ହେଉ, ଯେକେହି ପ୍ରଥମେ ଜାତ ହୁଏ, ସେହି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ୟରେ ପ୍ରତିଷ୍ଠା କର; ତାହା ଆମ୍ଭର ଅଟେ।”
3ଏଥିଉତ୍ତାରେ ମୋଶା ଲୋକମାନଙ୍କୁ କହିଲେ, “ଏହି ଦିନ ସ୍ମରଣରେ ରଖ, ଯେହେତୁ ଏହି ଦିନରେ ତୁମ୍ଭେମାନେ ଦାସଗୃହ ସ୍ୱରୂପ ମିସରରୁ ବାହାର ହେଲ, ଆଉ ସଦାପ୍ରଭୁ ବାହୁ ବଳ ଦ୍ୱାରା ସେଠାରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ; ଏଥିରେ ତାଡ଼ି ମିଶ୍ରିତ ରୁଟି ଭୋଜନ କରାଯିବ ନାହିଁ।