12ସେତେବେଳେ ତୁମ୍ଭେ ପ୍ରଥମଜାତ ସମସ୍ତ ଗର୍ଭଫଳ ଓ ତୁମ୍ଭ ପଶୁଠାରୁ ଜାତ ପ୍ରତ୍ୟେକ ପ୍ରଥମ ଗର୍ଭଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ କରିବ; ପୁଂସନ୍ତାନ ସକଳ ସଦାପ୍ରଭୁଙ୍କର ହେବେ।
13ପୁଣି, ତୁମ୍ଭେ ମେଷଶାବକ ଦେଇ ପ୍ରତ୍ୟେକ ପ୍ରଥମଜାତ ଗର୍ଦ୍ଦଭକୁ ମୁକ୍ତ କରିବ; ଯଦି ମୁକ୍ତ ନ କରିବ, ତେବେ ତାʼର ବେକ ଭାଙ୍ଗିବ; ମାତ୍ର ତୁମ୍ଭ ପୁତ୍ରମାନଙ୍କ ମଧ୍ୟରୁ ମନୁଷ୍ୟର ପ୍ରଥମଜାତ ସମସ୍ତଙ୍କୁ ମୁକ୍ତ କରିବାକୁ ହେବ।
14ଆଉ ଭବିଷ୍ୟତ କାଳରେ ତୁମ୍ଭର ପୁତ୍ର ଯଦି ପଚାରିବ, ‘ଏହା କଅଣ?’ ତେବେ ତୁମ୍ଭେ କହିବ, ‘ସଦାପ୍ରଭୁ ଯେତେବେଳେ ଆମ୍ଭମାନଙ୍କୁ ଆପଣା ବାହୁ ବଳ ଦ୍ୱାରା ଦାସଗୃହ ସ୍ୱରୂପ ମିସରଠାରୁ ବାହାର କଲେ,
15ସେତେବେଳେ ଫାରୋ ଆମ୍ଭମାନଙ୍କୁ ଯିବାକୁ ଦେବା ପାଇଁ କଠିନ ହୁଅନ୍ତେ, ସଦାପ୍ରଭୁ ମିସର ଦେଶସ୍ଥିତ ମନୁଷ୍ୟ ଓ ପଶ୍ୱାଦିର ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ବଧ କରିଥିଲେ; ଏହେତୁ ଆମ୍ଭେ ପ୍ରଥମଜାତ ପୁତ୍ରସନ୍ତାନମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁ; ମାତ୍ର ଆମ୍ଭର ପ୍ରଥମଜାତ ପୁତ୍ର ସମସ୍ତଙ୍କୁ ମୁକ୍ତ କରୁ।’
16ଏହା ଚିହ୍ନ ସ୍ୱରୂପେ ତୁମ୍ଭ ହସ୍ତରେ ଓ ଭୂଷଣ ସ୍ୱରୂପେ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ବାହୁ ବଳରେ ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ।”