ଯାତ୍ରା ପୁସ୍ତକ 13

ଏଥିଉତ୍ତାରେ ସେମାନେ ସୁକ୍କୋତଠାରୁ ଯାତ୍ରା କରି ପ୍ରାନ୍ତର-ଧାରସ୍ଥିତ ଏଥମରେ ଛାଉଣି କଲେ।

Exodus 13:20 (UKJV) And they took their journey from Succoth, and encamped in Etham, in the edge of the wilderness.

18ଏହେତୁ ପରମେଶ୍ୱର ସେମାନଙ୍କୁ ସୂଫ ସାଗରର ପ୍ରାନ୍ତରଗାମୀ ବକ୍ର ପଥରେ ଗମନ କରାଇଲେ ଓ ଇସ୍ରାଏଲ-ସନ୍ତାନଗଣ ସସଜ୍ଜ ହୋଇ ମିସରଠାରୁ ଯାତ୍ରା କଲେ।

19ପୁଣି, ମୋଶା ଯୋଷେଫଙ୍କର ଅସ୍ଥି ଆପଣା ସଙ୍ଗେ ନେଲେ; କାରଣ ସେ ଇସ୍ରାଏଲ-ସନ୍ତାନଗଣକୁ ଦୃଢ଼ ଶପଥ କରାଇ କହିଥିଲେ, “ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ; ସେସମୟରେ ତୁମ୍ଭେମାନେ ଆପଣାମାନଙ୍କ ସହିତ ଆମ୍ଭର ଅସ୍ଥି ଏହି ସ୍ଥାନରୁ ନେଇଯିବ।”

20ଏଥିଉତ୍ତାରେ ସେମାନେ ସୁକ୍କୋତଠାରୁ ଯାତ୍ରା କରି ପ୍ରାନ୍ତର-ଧାରସ୍ଥିତ ଏଥମରେ ଛାଉଣି କଲେ।

21ସେମାନେ ଯେପରି ଦିବସରେ ଓ ରାତ୍ରିରେ ଯାତ୍ରା କରି ପାରିବେ, ଏଥିପାଇଁ ସଦାପ୍ରଭୁ ଦିବସରେ ପଥ କଢ଼ାଇବା ନିମନ୍ତେ ମେଘ ସ୍ତମ୍ଭରେ ଓ ରାତ୍ରିରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭରେ ଥାଇ ସେମାନଙ୍କ ଆଗେ ଆଗେ ଯାତ୍ରା କଲେ;

22ସେ ଲୋକମାନଙ୍କ ସମ୍ମୁଖରୁ ଦିବସରେ ମେଘସ୍ତମ୍ଭ ଓ ରାତ୍ରିରେ ଅଗ୍ନିସ୍ତମ୍ଭ ସ୍ଥାନାନ୍ତର କଲେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.