5ଆଉ କିଣାନୀୟ, ହିତ୍ତୀୟ, ଇମୋରୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କର ଯେଉଁ ଦେଶ ତୁମ୍ଭଙ୍କୁ ଦେବାକୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଯେତେବେଳେ ସେ ତୁମ୍ଭଙ୍କୁ ଆଣିବେ, ସେହି ସମୟରେ ତୁମ୍ଭେ ଏହି ମାସରେ ଏହି ସେବାର କାର୍ଯ୍ୟ ସାଧନ କରିବ।
6ସପ୍ତାହ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଖାଇବ ଓ ସପ୍ତମ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ କରିବ।
7ପୁଣି, ସେହି ସପ୍ତାହ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ ଓ ତୁମ୍ଭ ନିକଟରେ ତାଡ଼ି ମିଶ୍ରିତ ରୁଟି ଦେଖାଯିବ ନାହିଁ, ଆଉ ତୁମ୍ଭର ସମୁଦାୟ ଦେଶ ମଧ୍ୟରେ ତାଡ଼ି ଦୃଷ୍ଟ ହେବ ନାହିଁ।
8ପୁଣି, ସେହି ଦିନ ତୁମ୍ଭେ ଆପଣା ପୁତ୍ରକୁ କହିବ, ‘ମିସରଠାରୁ ଆମ୍ଭେ ବାହାର ହେବା ବେଳେ ସଦାପ୍ରଭୁ ଆମ୍ଭ ପ୍ରତି ଯେଉଁ ଯେଉଁ କର୍ମ କରିଥିଲେ, ସେହିସବୁର ସ୍ମରଣ ନିମନ୍ତେ ଏହା ହୁଏ।’
9ପୁଣି, ସଦାପ୍ରଭୁଙ୍କ ବ୍ୟବସ୍ଥା ଯେପରି ତୁମ୍ଭ ମୁଖରେ ରହିବ, ଏଥିପାଇଁ ଏହା ଚିହ୍ନ ସ୍ୱରୂପେ ତୁମ୍ଭ ହସ୍ତରେ ଓ ସ୍ମରଣର ଉପାୟ ସ୍ୱରୂପ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ପରାକ୍ରାନ୍ତ ହସ୍ତ ଦ୍ୱାରା ମିସରଠାରୁ ତୁମ୍ଭଙ୍କୁ ବାହାର କରି ଆଣିଅଛନ୍ତି।