7ପୁଣି, ସେହି ସପ୍ତାହ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ ଓ ତୁମ୍ଭ ନିକଟରେ ତାଡ଼ି ମିଶ୍ରିତ ରୁଟି ଦେଖାଯିବ ନାହିଁ, ଆଉ ତୁମ୍ଭର ସମୁଦାୟ ଦେଶ ମଧ୍ୟରେ ତାଡ଼ି ଦୃଷ୍ଟ ହେବ ନାହିଁ।
8ପୁଣି, ସେହି ଦିନ ତୁମ୍ଭେ ଆପଣା ପୁତ୍ରକୁ କହିବ, ‘ମିସରଠାରୁ ଆମ୍ଭେ ବାହାର ହେବା ବେଳେ ସଦାପ୍ରଭୁ ଆମ୍ଭ ପ୍ରତି ଯେଉଁ ଯେଉଁ କର୍ମ କରିଥିଲେ, ସେହିସବୁର ସ୍ମରଣ ନିମନ୍ତେ ଏହା ହୁଏ।’
9ପୁଣି, ସଦାପ୍ରଭୁଙ୍କ ବ୍ୟବସ୍ଥା ଯେପରି ତୁମ୍ଭ ମୁଖରେ ରହିବ, ଏଥିପାଇଁ ଏହା ଚିହ୍ନ ସ୍ୱରୂପେ ତୁମ୍ଭ ହସ୍ତରେ ଓ ସ୍ମରଣର ଉପାୟ ସ୍ୱରୂପ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ପରାକ୍ରାନ୍ତ ହସ୍ତ ଦ୍ୱାରା ମିସରଠାରୁ ତୁମ୍ଭଙ୍କୁ ବାହାର କରି ଆଣିଅଛନ୍ତି।
10ଏହେତୁ ସମୟାନୁସାରେ ତୁମ୍ଭେ ପ୍ରତି ବର୍ଷ ଏହି ବିଧି ପାଳନ କରିବ।
11ସଦାପ୍ରଭୁ ତୁମ୍ଭ ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ସେ ଯେତେବେଳେ କିଣାନୀୟ ଲୋକମାନଙ୍କର ଦେଶରେ ପ୍ରବେଶ କରାଇ ତୁମ୍ଭଙ୍କୁ ତାହା ଦେବେ;