ଯାତ୍ରା ପୁସ୍ତକ 14

ତହୁଁ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଭୟ କର ନାହିଁ, ସୁସ୍ଥିର ହୁଅ; ସଦାପ୍ରଭୁ ଆଜି କିପରି ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ତାହା ଦେଖ; ତୁମ୍ଭେମାନେ ଆଜି ଯେପରି ମିସରୀୟମାନଙ୍କୁ ଦେଖୁଅଛ, ସେପରି ଅନନ୍ତକାଳ ପର୍ଯ୍ୟନ୍ତ ଆଉ କେବେ ଦେଖିବ ନାହିଁ।

Exodus 14:13 (UKJV) And Moses said unto the people, Fear all of you not, stand still, and see the salvation of the LORD, which he will show to you to day: for the Egyptians whom all of you have seen to day, all of you shall see them again no more for ever.

11ପୁଣି, ମୋଶାଙ୍କୁ କହିଲେ, “ମିସରରେ କବର ନ ଥିଲା ବୋଲି କି ପ୍ରାନ୍ତରରେ ତୁମ୍ଭେ ଆମ୍ଭମାନଙ୍କୁ ମାରିବାକୁ ଆଣିଲ? ଆମ୍ଭମାନଙ୍କ ସଙ୍ଗରେ ଏରୂପ ବ୍ୟବହାର କରି ଆମ୍ଭମାନଙ୍କୁ ମିସରରୁ କାହିଁକି ବାହାର କରି ଆଣିଲ?

12ଆମ୍ଭମାନଙ୍କୁ ରହିବାକୁ ଦିଅ, ‘ଆମ୍ଭେମାନେ ମିସରୀୟମାନଙ୍କର ଦାସ୍ୟକର୍ମ କରିବା, କାରଣ ପ୍ରାନ୍ତରରେ ମରିବା ଅପେକ୍ଷା ମିସରୀୟମାନଙ୍କର ସେବା କରିବା ଆମ୍ଭମାନଙ୍କର ମଙ୍ଗଳ, ଆମ୍ଭେମାନେ କି ମିସରରେ ତୁମ୍ଭଙ୍କୁ ଏହି କଥା କହି ନ ଥିଲୁ?’”

13ତହୁଁ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଭୟ କର ନାହିଁ, ସୁସ୍ଥିର ହୁଅ; ସଦାପ୍ରଭୁ ଆଜି କିପରି ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ତାହା ଦେଖ; ତୁମ୍ଭେମାନେ ଆଜି ଯେପରି ମିସରୀୟମାନଙ୍କୁ ଦେଖୁଅଛ, ସେପରି ଅନନ୍ତକାଳ ପର୍ଯ୍ୟନ୍ତ ଆଉ କେବେ ଦେଖିବ ନାହିଁ।

14ସଦାପ୍ରଭୁ ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିବେ, ତୁମ୍ଭେମାନେ ନୀରବ ରହିବ।”

15ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭଙ୍କୁ କାହିଁକି ଡାକୁଅଛ? ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ସେମାନେ ଅଗ୍ରସର ହେଉନ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.