13ତହୁଁ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଭୟ କର ନାହିଁ, ସୁସ୍ଥିର ହୁଅ; ସଦାପ୍ରଭୁ ଆଜି କିପରି ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ତାହା ଦେଖ; ତୁମ୍ଭେମାନେ ଆଜି ଯେପରି ମିସରୀୟମାନଙ୍କୁ ଦେଖୁଅଛ, ସେପରି ଅନନ୍ତକାଳ ପର୍ଯ୍ୟନ୍ତ ଆଉ କେବେ ଦେଖିବ ନାହିଁ।
14ସଦାପ୍ରଭୁ ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିବେ, ତୁମ୍ଭେମାନେ ନୀରବ ରହିବ।”
15ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭଙ୍କୁ କାହିଁକି ଡାକୁଅଛ? ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ସେମାନେ ଅଗ୍ରସର ହେଉନ୍ତୁ।
16ପୁଣି, ତୁମ୍ଭେ ଆପଣା ଯଷ୍ଟି ଉଠାଅ ଓ ସମୁଦ୍ର ଉପରେ ହସ୍ତ ବିସ୍ତାର କରି ତାହା ଦୁଇ ଭାଗ କର; ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ପ୍ରବେଶ କରିବେ।
17ପୁଣି, ଆମ୍ଭେ, ଦେଖ, ଆମ୍ଭେ ମିସରୀୟମାନଙ୍କ ହୃଦୟ କଠିନ କରନ୍ତେ, ସେମାନେ ସେମାନଙ୍କ ପଛେ ପଛେ ଯିବେ, ତହିଁରେ ଆମ୍ଭେ ଫାରୋ ଓ ତାହାର ସମସ୍ତ ସୈନ୍ୟ, ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେବା।