ଯାତ୍ରା ପୁସ୍ତକ 14

ପୁଣି, ତୁମ୍ଭେ ଆପଣା ଯଷ୍ଟି ଉଠାଅ ଓ ସମୁଦ୍ର ଉପରେ ହସ୍ତ ବିସ୍ତାର କରି ତାହା ଦୁଇ ଭାଗ କର; ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ପ୍ରବେଶ କରିବେ।

Exodus 14:16 (UKJV) But lift you up your rod, and stretch out yours hand over the sea, and divide it: and the children of Israel shall go on dry ground through the midst of the sea.

14ସଦାପ୍ରଭୁ ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିବେ, ତୁମ୍ଭେମାନେ ନୀରବ ରହିବ।”

15ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭଙ୍କୁ କାହିଁକି ଡାକୁଅଛ? ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ସେମାନେ ଅଗ୍ରସର ହେଉନ୍ତୁ।

16ପୁଣି, ତୁମ୍ଭେ ଆପଣା ଯଷ୍ଟି ଉଠାଅ ଓ ସମୁଦ୍ର ଉପରେ ହସ୍ତ ବିସ୍ତାର କରି ତାହା ଦୁଇ ଭାଗ କର; ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ପ୍ରବେଶ କରିବେ।

17ପୁଣି, ଆମ୍ଭେ, ଦେଖ, ଆମ୍ଭେ ମିସରୀୟମାନଙ୍କ ହୃଦୟ କଠିନ କରନ୍ତେ, ସେମାନେ ସେମାନଙ୍କ ପଛେ ପଛେ ଯିବେ, ତହିଁରେ ଆମ୍ଭେ ଫାରୋ ଓ ତାହାର ସମସ୍ତ ସୈନ୍ୟ, ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେବା।

18ଆଉ ଫାରୋ, ତାହାର ରଥ ଓ ତାହାର ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସରୀୟ ଲୋକମାନେ ଜାଣିବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.