ଯାତ୍ରା ପୁସ୍ତକ 14

ଆଉ ଫାରୋ, ତାହାର ରଥ ଓ ତାହାର ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସରୀୟ ଲୋକମାନେ ଜାଣିବେ।”

Exodus 14:18 (UKJV) And the Egyptians shall know that I am the LORD, when I have got me honour upon Pharaoh, upon his chariots, and upon his horsemen.

16ପୁଣି, ତୁମ୍ଭେ ଆପଣା ଯଷ୍ଟି ଉଠାଅ ଓ ସମୁଦ୍ର ଉପରେ ହସ୍ତ ବିସ୍ତାର କରି ତାହା ଦୁଇ ଭାଗ କର; ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ପ୍ରବେଶ କରିବେ।

17ପୁଣି, ଆମ୍ଭେ, ଦେଖ, ଆମ୍ଭେ ମିସରୀୟମାନଙ୍କ ହୃଦୟ କଠିନ କରନ୍ତେ, ସେମାନେ ସେମାନଙ୍କ ପଛେ ପଛେ ଯିବେ, ତହିଁରେ ଆମ୍ଭେ ଫାରୋ ଓ ତାହାର ସମସ୍ତ ସୈନ୍ୟ, ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେବା।

18ଆଉ ଫାରୋ, ତାହାର ରଥ ଓ ତାହାର ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସରୀୟ ଲୋକମାନେ ଜାଣିବେ।”

19ସେତେବେଳେ ଇସ୍ରାଏଲୀୟ ଦଳର ଅଗ୍ରଗାମୀ ପରମେଶ୍ୱରଙ୍କ ଦୂତ ସ୍ଥାନାନ୍ତର ହୋଇ ସେମାନଙ୍କର ପଶ୍ଚାଦ୍‍ଗାମୀ ହେଲେ, ପୁଣି, ମେଘସ୍ତମ୍ଭ ସେମାନଙ୍କ ସମ୍ମୁଖରୁ ସ୍ଥାନାନ୍ତର ହୋଇ ସେମାନଙ୍କ ପଛେ ଛିଡ଼ା ହେଲା।

20ସେହି ମେଘସ୍ତମ୍ଭ ମିସରୀୟ ଦଳ ଓ ଇସ୍ରାଏଲୀୟ ଦଳ ମଧ୍ୟକୁ ଆସିଲା, ପୁଣି, ମେଘ ଓ ଅନ୍ଧକାର ହେଲେ ହେଁ ତାହା ରାତ୍ରିକୁ ଆଲୋକମୟ କଲା; ଏଥିପାଇଁ ସମସ୍ତ ରାତ୍ରି ଏକ ଦଳ ଅନ୍ୟ ଦଳ ନିକଟକୁ ଆସି ପାରିଲେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.