ଯାତ୍ରା ପୁସ୍ତକ 14

ସେହି ମେଘସ୍ତମ୍ଭ ମିସରୀୟ ଦଳ ଓ ଇସ୍ରାଏଲୀୟ ଦଳ ମଧ୍ୟକୁ ଆସିଲା, ପୁଣି, ମେଘ ଓ ଅନ୍ଧକାର ହେଲେ ହେଁ ତାହା ରାତ୍ରିକୁ ଆଲୋକମୟ କଲା; ଏଥିପାଇଁ ସମସ୍ତ ରାତ୍ରି ଏକ ଦଳ ଅନ୍ୟ ଦଳ ନିକଟକୁ ଆସି ପାରିଲେ ନାହିଁ।

Exodus 14:20 (UKJV) And it came between the camp of the Egyptians and the camp of Israel; and it was a cloud and darkness to them, but it gave light by night to these: so that the one came not near the other all the night.

18ଆଉ ଫାରୋ, ତାହାର ରଥ ଓ ତାହାର ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସରୀୟ ଲୋକମାନେ ଜାଣିବେ।”

19ସେତେବେଳେ ଇସ୍ରାଏଲୀୟ ଦଳର ଅଗ୍ରଗାମୀ ପରମେଶ୍ୱରଙ୍କ ଦୂତ ସ୍ଥାନାନ୍ତର ହୋଇ ସେମାନଙ୍କର ପଶ୍ଚାଦ୍‍ଗାମୀ ହେଲେ, ପୁଣି, ମେଘସ୍ତମ୍ଭ ସେମାନଙ୍କ ସମ୍ମୁଖରୁ ସ୍ଥାନାନ୍ତର ହୋଇ ସେମାନଙ୍କ ପଛେ ଛିଡ଼ା ହେଲା।

20ସେହି ମେଘସ୍ତମ୍ଭ ମିସରୀୟ ଦଳ ଓ ଇସ୍ରାଏଲୀୟ ଦଳ ମଧ୍ୟକୁ ଆସିଲା, ପୁଣି, ମେଘ ଓ ଅନ୍ଧକାର ହେଲେ ହେଁ ତାହା ରାତ୍ରିକୁ ଆଲୋକମୟ କଲା; ଏଥିପାଇଁ ସମସ୍ତ ରାତ୍ରି ଏକ ଦଳ ଅନ୍ୟ ଦଳ ନିକଟକୁ ଆସି ପାରିଲେ ନାହିଁ।

21ଏଥିଉତ୍ତାରେ ମୋଶା ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସମସ୍ତ ରାତ୍ରି ପ୍ରବଳ ପୂର୍ବୀୟ ବାୟୁ ଦ୍ୱାରା ସମୁଦ୍ରକୁ ପଶ୍ଚାତ୍‍ ହଟାଇ ଶୁଷ୍କ କଲେ ଓ ଜଳ ଦୁଇ ଭାଗ ହେଲା।

22ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ, ପୁଣି, ସେମାନଙ୍କ ଦକ୍ଷିଣରେ ଓ ବାମରେ ଜଳ ପ୍ରାଚୀର ତୁଲ୍ୟ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.