20ସେହି ମେଘସ୍ତମ୍ଭ ମିସରୀୟ ଦଳ ଓ ଇସ୍ରାଏଲୀୟ ଦଳ ମଧ୍ୟକୁ ଆସିଲା, ପୁଣି, ମେଘ ଓ ଅନ୍ଧକାର ହେଲେ ହେଁ ତାହା ରାତ୍ରିକୁ ଆଲୋକମୟ କଲା; ଏଥିପାଇଁ ସମସ୍ତ ରାତ୍ରି ଏକ ଦଳ ଅନ୍ୟ ଦଳ ନିକଟକୁ ଆସି ପାରିଲେ ନାହିଁ।
21ଏଥିଉତ୍ତାରେ ମୋଶା ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସମସ୍ତ ରାତ୍ରି ପ୍ରବଳ ପୂର୍ବୀୟ ବାୟୁ ଦ୍ୱାରା ସମୁଦ୍ରକୁ ପଶ୍ଚାତ୍ ହଟାଇ ଶୁଷ୍କ କଲେ ଓ ଜଳ ଦୁଇ ଭାଗ ହେଲା।
22ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ, ପୁଣି, ସେମାନଙ୍କ ଦକ୍ଷିଣରେ ଓ ବାମରେ ଜଳ ପ୍ରାଚୀର ତୁଲ୍ୟ ହେଲା।
23ଏଥିଉତ୍ତାରେ ମିସରୀୟମାନେ, ଅର୍ଥାତ୍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ, ଓ ଅଶ୍ୱାରୂଢ଼ ଲୋକ ସମସ୍ତେ ଦୌଡ଼ି ସେମାନଙ୍କ ପଛେ ପଛେ ସମୁଦ୍ରରେ ପ୍ରବେଶ କଲେ।
24ମାତ୍ର ରାତ୍ରିର ଶେଷ ପ୍ରହରରେ ସଦାପ୍ରଭୁ ଅଗ୍ନି ଓ ମେଘସ୍ତମ୍ଭ ଦେଇ ମିସରୀୟମାନଙ୍କ ସୈନ୍ୟକୁ ଅନାଇଲେ ଓ ମିସରୀୟମାନଙ୍କ ସୈନ୍ୟକୁ ଅସ୍ତବ୍ୟସ୍ତ କଲେ।