ଯାତ୍ରା ପୁସ୍ତକ 14

ମାତ୍ର ରାତ୍ରିର ଶେଷ ପ୍ରହରରେ ସଦାପ୍ରଭୁ ଅଗ୍ନି ଓ ମେଘସ୍ତମ୍ଭ ଦେଇ ମିସରୀୟମାନଙ୍କ ସୈନ୍ୟକୁ ଅନାଇଲେ ଓ ମିସରୀୟମାନଙ୍କ ସୈନ୍ୟକୁ ଅସ୍ତବ୍ୟସ୍ତ କଲେ।

Exodus 14:24 (UKJV) And it came to pass, that in the morning watch the LORD looked unto the host of the Egyptians through the pillar of fire and of the cloud, and troubled the host of the Egyptians,

22ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ, ପୁଣି, ସେମାନଙ୍କ ଦକ୍ଷିଣରେ ଓ ବାମରେ ଜଳ ପ୍ରାଚୀର ତୁଲ୍ୟ ହେଲା।

23ଏଥିଉତ୍ତାରେ ମିସରୀୟମାନେ, ଅର୍ଥାତ୍‍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ, ଓ ଅଶ୍ୱାରୂଢ଼ ଲୋକ ସମସ୍ତେ ଦୌଡ଼ି ସେମାନଙ୍କ ପଛେ ପଛେ ସମୁଦ୍ରରେ ପ୍ରବେଶ କଲେ।

24ମାତ୍ର ରାତ୍ରିର ଶେଷ ପ୍ରହରରେ ସଦାପ୍ରଭୁ ଅଗ୍ନି ଓ ମେଘସ୍ତମ୍ଭ ଦେଇ ମିସରୀୟମାନଙ୍କ ସୈନ୍ୟକୁ ଅନାଇଲେ ଓ ମିସରୀୟମାନଙ୍କ ସୈନ୍ୟକୁ ଅସ୍ତବ୍ୟସ୍ତ କଲେ।

25ସେ ସେମାନଙ୍କ ରଥର ଚକ୍ର ବାହାର କରି ପକାନ୍ତେ, ସେମାନେ ଅତି କଷ୍ଟରେ ରଥ ଚଳାଇଲେ; ତହିଁରେ ମିସରୀୟ ଲୋକମାନେ କହିଲେ, “ଆସ, ଆମ୍ଭେମାନେ ଇସ୍ରାଏଲ ସମ୍ମୁଖରୁ ପଳାଇ ଯାଉ; କାରଣ ସଦାପ୍ରଭୁ ସେମାନଙ୍କର ସପକ୍ଷ ହୋଇ ମିସରୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି।”

26ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କର; ତହିଁରେ ମିସରୀୟମାନଙ୍କ, ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଉପରେ ପୁନର୍ବାର ଜଳ ଆସିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.