24ମାତ୍ର ରାତ୍ରିର ଶେଷ ପ୍ରହରରେ ସଦାପ୍ରଭୁ ଅଗ୍ନି ଓ ମେଘସ୍ତମ୍ଭ ଦେଇ ମିସରୀୟମାନଙ୍କ ସୈନ୍ୟକୁ ଅନାଇଲେ ଓ ମିସରୀୟମାନଙ୍କ ସୈନ୍ୟକୁ ଅସ୍ତବ୍ୟସ୍ତ କଲେ।
25ସେ ସେମାନଙ୍କ ରଥର ଚକ୍ର ବାହାର କରି ପକାନ୍ତେ, ସେମାନେ ଅତି କଷ୍ଟରେ ରଥ ଚଳାଇଲେ; ତହିଁରେ ମିସରୀୟ ଲୋକମାନେ କହିଲେ, “ଆସ, ଆମ୍ଭେମାନେ ଇସ୍ରାଏଲ ସମ୍ମୁଖରୁ ପଳାଇ ଯାଉ; କାରଣ ସଦାପ୍ରଭୁ ସେମାନଙ୍କର ସପକ୍ଷ ହୋଇ ମିସରୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି।”
26ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କର; ତହିଁରେ ମିସରୀୟମାନଙ୍କ, ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଉପରେ ପୁନର୍ବାର ଜଳ ଆସିବ।”
27ତହୁଁ ମୋଶା ସମୁଦ୍ର ଉପରେ ହସ୍ତ ବିସ୍ତାର କଲେ, ଆଉ ପ୍ରଭାତ ସମୟକୁ ସମୁଦ୍ର ପୁନର୍ବାର ସମାନ ହେବାକୁ ଲାଗିଲା; ତହୁଁ ମିସରୀୟମାନେ ଉଜାଣି ପଳାୟନ କରନ୍ତେ, ସଦାପ୍ରଭୁ ସମୁଦ୍ର ମଧ୍ୟରେ ସେମାନଙ୍କୁ ନିକ୍ଷେପ କଲେ।
28ପୁଣି, ଜଳ ପୁନର୍ବାର ଆସି ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ଆଚ୍ଛାଦନ କଲା; ତହିଁରେ ଫାରୋଙ୍କର ଯେଉଁସବୁ ସୈନ୍ୟ ସେମାନଙ୍କ ପଛେ ପଛେ ସମୁଦ୍ର ମଧ୍ୟରେ ପ୍ରବେଶ କରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ମଧ୍ୟ ଅବଶିଷ୍ଟ ରହିଲା ନାହିଁ।