ଯାତ୍ରା ପୁସ୍ତକ 14

ପୁଣି, ଜଳ ପୁନର୍ବାର ଆସି ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ଆଚ୍ଛାଦନ କଲା; ତହିଁରେ ଫାରୋଙ୍କର ଯେଉଁସବୁ ସୈନ୍ୟ ସେମାନଙ୍କ ପଛେ ପଛେ ସମୁଦ୍ର ମଧ୍ୟରେ ପ୍ରବେଶ କରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ମଧ୍ୟ ଅବଶିଷ୍ଟ ରହିଲା ନାହିଁ।

Exodus 14:28 (UKJV) And the waters returned, and covered the chariots, and the horsemen, and all the host of Pharaoh that came into the sea after them; there remained not so much as one of them.

26ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କର; ତହିଁରେ ମିସରୀୟମାନଙ୍କ, ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଉପରେ ପୁନର୍ବାର ଜଳ ଆସିବ।”

27ତହୁଁ ମୋଶା ସମୁଦ୍ର ଉପରେ ହସ୍ତ ବିସ୍ତାର କଲେ, ଆଉ ପ୍ରଭାତ ସମୟକୁ ସମୁଦ୍ର ପୁନର୍ବାର ସମାନ ହେବାକୁ ଲାଗିଲା; ତହୁଁ ମିସରୀୟମାନେ ଉଜାଣି ପଳାୟନ କରନ୍ତେ, ସଦାପ୍ରଭୁ ସମୁଦ୍ର ମଧ୍ୟରେ ସେମାନଙ୍କୁ ନିକ୍ଷେପ କଲେ।

28ପୁଣି, ଜଳ ପୁନର୍ବାର ଆସି ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ଆଚ୍ଛାଦନ କଲା; ତହିଁରେ ଫାରୋଙ୍କର ଯେଉଁସବୁ ସୈନ୍ୟ ସେମାନଙ୍କ ପଛେ ପଛେ ସମୁଦ୍ର ମଧ୍ୟରେ ପ୍ରବେଶ କରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ମଧ୍ୟ ଅବଶିଷ୍ଟ ରହିଲା ନାହିଁ।

29ମାତ୍ର ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥରେ ସମୁଦ୍ର ମଧ୍ୟଦେଇ ଗମନ କଲେ; ପୁଣି, ଜଳ ସେମାନଙ୍କ ବାମ ଓ ଦକ୍ଷିଣରେ ପ୍ରାଚୀର ତୁଲ୍ୟ ହେଲା।

30ଏହି ପ୍ରକାରେ ସେହି ଦିନ ସଦାପ୍ରଭୁ ମିସରୀୟମାନଙ୍କ ହସ୍ତରୁ ଇସ୍ରାଏଲଙ୍କୁ ରକ୍ଷା କଲେ ଓ ଇସ୍ରାଏଲ ମିସରୀୟମାନଙ୍କୁ ସମୁଦ୍ର ତୀରରେ ମୃତ ଦେଖିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.