29ମାତ୍ର ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥରେ ସମୁଦ୍ର ମଧ୍ୟଦେଇ ଗମନ କଲେ; ପୁଣି, ଜଳ ସେମାନଙ୍କ ବାମ ଓ ଦକ୍ଷିଣରେ ପ୍ରାଚୀର ତୁଲ୍ୟ ହେଲା।
30ଏହି ପ୍ରକାରେ ସେହି ଦିନ ସଦାପ୍ରଭୁ ମିସରୀୟମାନଙ୍କ ହସ୍ତରୁ ଇସ୍ରାଏଲଙ୍କୁ ରକ୍ଷା କଲେ ଓ ଇସ୍ରାଏଲ ମିସରୀୟମାନଙ୍କୁ ସମୁଦ୍ର ତୀରରେ ମୃତ ଦେଖିଲେ।
31ସଦାପ୍ରଭୁ ମିସରୀୟମାନଙ୍କ ବିରୁଦ୍ଧରେ ଏହି ଯେଉଁ ମହତ୍ କର୍ମ କଲେ, ତାହା ଇସ୍ରାଏଲ ଦେଖିଲେ; ତହିଁରେ ଲୋକମାନେ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କଠାରେ ଓ ତାହାଙ୍କ ଦାସ ମୋଶାଙ୍କଠାରେ ବିଶ୍ୱାସ କଲେ।