ଯାତ୍ରା ପୁସ୍ତକ 14

ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ତହିଁରେ ସେ ସେମାନଙ୍କ ପଛେ ପଛେ ଦୌଡ଼ିବ; ପୁଣି, ଆମ୍ଭେ ଫାରୋ ଓ ତାହାର ସକଳ ସୈନ୍ୟ ଦ୍ୱାରା ସମ୍ଭ୍ରମ ପାଇବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସରୀୟ ଲୋକମାନେ ଜାଣିବେ।” ତହୁଁ ସେମାନେ ସେହିପରି କଲେ।

Exodus 14:4 (UKJV) And I will harden Pharaoh's heart, that he shall follow after them; and I will be honoured upon Pharaoh, and upon all his host; that the Egyptians may know that I am the LORD. And they did so.

2“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ଫେରି ପୀହହୀରୋତର ପୂର୍ବ ଦିଗରେ ମିଗ୍‍ଦୋଲ ଓ ସମୁଦ୍ର ମଧ୍ୟରେ ଛାଉଣି ସ୍ଥାପନ କର; ତୁମ୍ଭେମାନେ ବାଲ-ସଫୋନ ଆଗରେ, ଅର୍ଥାତ୍‍, ତାହାର ସମ୍ମୁଖରେ ସମୁଦ୍ର ନିକଟରେ ଛାଉଣି ସ୍ଥାପନ କର।

3ତହିଁରେ ଫାରୋ ଇସ୍ରାଏଲ-ସନ୍ତାନଗଣ ବିଷୟରେ କହିବ, ‘ସେମାନେ ଦେଶ ମଧ୍ୟରେ ଧନ୍ଦଳା ହୋଇ ରହିଅଛନ୍ତି ଓ ପ୍ରାନ୍ତର ସେମାନଙ୍କ ପଥ ରୁଦ୍ଧ କରିଅଛି।’

4ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ତହିଁରେ ସେ ସେମାନଙ୍କ ପଛେ ପଛେ ଦୌଡ଼ିବ; ପୁଣି, ଆମ୍ଭେ ଫାରୋ ଓ ତାହାର ସକଳ ସୈନ୍ୟ ଦ୍ୱାରା ସମ୍ଭ୍ରମ ପାଇବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସରୀୟ ଲୋକମାନେ ଜାଣିବେ।” ତହୁଁ ସେମାନେ ସେହିପରି କଲେ।

5ଏଥିଉତ୍ତାରେ ଲୋକମାନେ ପଳାଇଅଛନ୍ତି, ଏହି ସମ୍ବାଦ ମିସରୀୟ ରାଜାଙ୍କୁ ଜଣାଯାଆନ୍ତେ, ଲୋକମାନଙ୍କ ବିଷୟରେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଅନ୍ତଃକରଣ ପରିବର୍ତ୍ତିତ ହେଲା; ତହୁଁ ସେମାନେ କହିଲେ, “ଆମ୍ଭେମାନେ ଏ କି କର୍ମ କରିଅଛୁ? କାହିଁକି ଇସ୍ରାଏଲକୁ ଆପଣାମାନଙ୍କ ଦାସତ୍ୱରୁ ଛାଡ଼ି ଦେଇଅଛୁ?”

6ତହୁଁ ରାଜା ଆପଣା ରଥ ପ୍ରସ୍ତୁତ କରାଇଲେ ଓ ଆପଣା ଲୋକମାନଙ୍କୁ ସଙ୍ଗରେ ନେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.