3ତହିଁରେ ଫାରୋ ଇସ୍ରାଏଲ-ସନ୍ତାନଗଣ ବିଷୟରେ କହିବ, ‘ସେମାନେ ଦେଶ ମଧ୍ୟରେ ଧନ୍ଦଳା ହୋଇ ରହିଅଛନ୍ତି ଓ ପ୍ରାନ୍ତର ସେମାନଙ୍କ ପଥ ରୁଦ୍ଧ କରିଅଛି।’
4ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ତହିଁରେ ସେ ସେମାନଙ୍କ ପଛେ ପଛେ ଦୌଡ଼ିବ; ପୁଣି, ଆମ୍ଭେ ଫାରୋ ଓ ତାହାର ସକଳ ସୈନ୍ୟ ଦ୍ୱାରା ସମ୍ଭ୍ରମ ପାଇବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସରୀୟ ଲୋକମାନେ ଜାଣିବେ।” ତହୁଁ ସେମାନେ ସେହିପରି କଲେ।
5ଏଥିଉତ୍ତାରେ ଲୋକମାନେ ପଳାଇଅଛନ୍ତି, ଏହି ସମ୍ବାଦ ମିସରୀୟ ରାଜାଙ୍କୁ ଜଣାଯାଆନ୍ତେ, ଲୋକମାନଙ୍କ ବିଷୟରେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଅନ୍ତଃକରଣ ପରିବର୍ତ୍ତିତ ହେଲା; ତହୁଁ ସେମାନେ କହିଲେ, “ଆମ୍ଭେମାନେ ଏ କି କର୍ମ କରିଅଛୁ? କାହିଁକି ଇସ୍ରାଏଲକୁ ଆପଣାମାନଙ୍କ ଦାସତ୍ୱରୁ ଛାଡ଼ି ଦେଇଅଛୁ?”
6ତହୁଁ ରାଜା ଆପଣା ରଥ ପ୍ରସ୍ତୁତ କରାଇଲେ ଓ ଆପଣା ଲୋକମାନଙ୍କୁ ସଙ୍ଗରେ ନେଲେ।
7ପୁଣି, ଛଅ ଶହ ବଛା ରଥ ଓ ମିସରୀୟମାନଙ୍କର ସମସ୍ତ ରଥ ଓ ପ୍ରତ୍ୟେକ ରଥରେ ଯୋଦ୍ଧାମାନଙ୍କୁ ନେଲେ।