ଯାତ୍ରା ପୁସ୍ତକ 14

ତହୁଁ ମିସରୀୟମାନେ, ଅର୍ଥାତ୍‍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ସୈନ୍ୟଗଣ ସେମାନଙ୍କ ପଛେ ପଛେ ଦୌଡ଼ି ବାଲ-ସଫୋନ ଅଗ୍ରତେ ପୀହହୀରୋତ ନିକଟରେ ସମୁଦ୍ର ତୀରରେ ସେମାନେ ଛାଉଣି କରିବା ସମୟରେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ।

Exodus 14:9 (UKJV) But the Egyptians pursued after them, all the horses and chariots of Pharaoh, and his horsemen, and his army, and overtook them encamping by the sea, beside Pihahiroth, before Baalzephon.

7ପୁଣି, ଛଅ ଶହ ବଛା ରଥ ଓ ମିସରୀୟମାନଙ୍କର ସମସ୍ତ ରଥ ଓ ପ୍ରତ୍ୟେକ ରଥରେ ଯୋଦ୍ଧାମାନଙ୍କୁ ନେଲେ।

8ଆଉ ସଦାପ୍ରଭୁ ମିସରୀୟ ରାଜା ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଇସ୍ରାଏଲ-ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ; ସେତେବେଳେ ଇସ୍ରାଏଲ ସନ୍ତାନମାନେ ଊର୍ଦ୍ଧ୍ୱ ହସ୍ତରେ ଯାତ୍ରା କରୁଥିଲେ।

9ତହୁଁ ମିସରୀୟମାନେ, ଅର୍ଥାତ୍‍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ସୈନ୍ୟଗଣ ସେମାନଙ୍କ ପଛେ ପଛେ ଦୌଡ଼ି ବାଲ-ସଫୋନ ଅଗ୍ରତେ ପୀହହୀରୋତ ନିକଟରେ ସମୁଦ୍ର ତୀରରେ ସେମାନେ ଛାଉଣି କରିବା ସମୟରେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ।

10ଆଉ ଫାରୋ ନିକଟବର୍ତ୍ତୀ ହୁଅନ୍ତେ, ଇସ୍ରାଏଲ-ସନ୍ତାନଗଣ ଅନାଇ ଆପଣାମାନଙ୍କ ପଶ୍ଚାତ୍‍ ପଶ୍ଚାତ୍‍ ଆଗମନକାରୀ ମିସରୀୟମାନଙ୍କୁ ଦେଖି ଅତିଶୟ ଭୀତ ହେଲେ, ପୁଣି, ଇସ୍ରାଏଲ ସନ୍ତାନମାନେ ସଦାପ୍ରଭୁଙ୍କୁ ଡାକ ପକାଇଲେ।

11ପୁଣି, ମୋଶାଙ୍କୁ କହିଲେ, “ମିସରରେ କବର ନ ଥିଲା ବୋଲି କି ପ୍ରାନ୍ତରରେ ତୁମ୍ଭେ ଆମ୍ଭମାନଙ୍କୁ ମାରିବାକୁ ଆଣିଲ? ଆମ୍ଭମାନଙ୍କ ସଙ୍ଗରେ ଏରୂପ ବ୍ୟବହାର କରି ଆମ୍ଭମାନଙ୍କୁ ମିସରରୁ କାହିଁକି ବାହାର କରି ଆଣିଲ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.