ଯାତ୍ରା ପୁସ୍ତକ 15

ହେ ସଦାପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କିଏ? ତୁମ୍ଭ ସମାନ ପବିତ୍ରତାରେ ଆଦରଣୀୟ, ପ୍ରଶଂସାରେ ଭୟାନକ ଓ ଆଶ୍ଚର୍ଯ୍ୟକ୍ରିୟାକାରୀ କିଏ?

Exodus 15:11 (UKJV) Who is like unto you, O LORD, among the gods? who is like you, glorious in holiness, fearful in praises, doing wonders?

9ଶତ୍ରୁ କହିଲା: ‘ଆମ୍ଭେ ପଛେ ପଛେ ଗୋଡ଼ାଇବା, ଆମ୍ଭେ ସେମାନଙ୍କୁ ଧରିବା, ଆମ୍ଭେ ଲୁଟିତ ଦ୍ରବ୍ୟ ବିଭାଗ କରି ନେବା; ସେମାନଙ୍କ ଉପରେ ଆମ୍ଭର ଅଭିଳାଷ ପୂର୍ଣ୍ଣ ହେବ; ଆମ୍ଭେ ଆପଣା ଖଡ୍ଗ ନିଷ୍କୋଷ କରିବା, ଆମ୍ଭର ହସ୍ତ ସେମାନଙ୍କୁ ବିନାଶ କରିବ।’

10ମାତ୍ର ତୁମ୍ଭେ ଆପଣା ନିଃଶ୍ୱାସ ଦ୍ୱାରା ଫୁଙ୍କି ଦେଲ, ସମୁଦ୍ର ସେମାନଙ୍କୁ ଆଚ୍ଛାଦନ କଲା, ସେମାନେ ସୀସା ପରି ଗଭୀର ଜଳରେ ବୁଡ଼ିଗଲେ।

11ହେ ସଦାପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କିଏ? ତୁମ୍ଭ ସମାନ ପବିତ୍ରତାରେ ଆଦରଣୀୟ, ପ୍ରଶଂସାରେ ଭୟାନକ ଓ ଆଶ୍ଚର୍ଯ୍ୟକ୍ରିୟାକାରୀ କିଏ?

12ତୁମ୍ଭେ ଆପଣା ଦକ୍ଷିଣ ହସ୍ତ ବିସ୍ତାର କଲ, ପୃଥିବୀ ସେମାନଙ୍କୁ ଗ୍ରାସ କଲା।

13ତୁମ୍ଭେ ଆପଣା ଦୟାରେ ନିଜ ମୁକ୍ତ ଲୋକମାନଙ୍କୁ ଗମନ କରାଉଅଛ, ତୁମ୍ଭେ ଆପଣା ପରାକ୍ରମରେ ସେମାନଙ୍କୁ ପଥ କଢ଼ାଇ ତୁମ୍ଭ ପବିତ୍ର ନିବାସ ସ୍ଥାନକୁ ନେଇ ଯାଉଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.