10ମାତ୍ର ତୁମ୍ଭେ ଆପଣା ନିଃଶ୍ୱାସ ଦ୍ୱାରା ଫୁଙ୍କି ଦେଲ, ସମୁଦ୍ର ସେମାନଙ୍କୁ ଆଚ୍ଛାଦନ କଲା, ସେମାନେ ସୀସା ପରି ଗଭୀର ଜଳରେ ବୁଡ଼ିଗଲେ।
11ହେ ସଦାପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କିଏ? ତୁମ୍ଭ ସମାନ ପବିତ୍ରତାରେ ଆଦରଣୀୟ, ପ୍ରଶଂସାରେ ଭୟାନକ ଓ ଆଶ୍ଚର୍ଯ୍ୟକ୍ରିୟାକାରୀ କିଏ?
12ତୁମ୍ଭେ ଆପଣା ଦକ୍ଷିଣ ହସ୍ତ ବିସ୍ତାର କଲ, ପୃଥିବୀ ସେମାନଙ୍କୁ ଗ୍ରାସ କଲା।
13ତୁମ୍ଭେ ଆପଣା ଦୟାରେ ନିଜ ମୁକ୍ତ ଲୋକମାନଙ୍କୁ ଗମନ କରାଉଅଛ, ତୁମ୍ଭେ ଆପଣା ପରାକ୍ରମରେ ସେମାନଙ୍କୁ ପଥ କଢ଼ାଇ ତୁମ୍ଭ ପବିତ୍ର ନିବାସ ସ୍ଥାନକୁ ନେଇ ଯାଉଅଛ।
14ଲୋକମାନେ ଏହା ଶୁଣିଅଛନ୍ତି, ସେମାନେ କମ୍ପୁଅଛନ୍ତି; ବେଦନା ପଲେଷ୍ଟୀୟ ନିବାସୀମାନଙ୍କୁ ଆକ୍ରାନ୍ତ କରିଅଛି।