ଯାତ୍ରା ପୁସ୍ତକ 15

ଲୋକମାନେ ଏହା ଶୁଣିଅଛନ୍ତି, ସେମାନେ କମ୍ପୁଅଛନ୍ତି; ବେଦନା ପଲେଷ୍ଟୀୟ ନିବାସୀମାନଙ୍କୁ ଆକ୍ରାନ୍ତ କରିଅଛି।

Exodus 15:14 (UKJV) The people shall hear, and be afraid: sorrow shall take hold on the inhabitants of Palestina.

12ତୁମ୍ଭେ ଆପଣା ଦକ୍ଷିଣ ହସ୍ତ ବିସ୍ତାର କଲ, ପୃଥିବୀ ସେମାନଙ୍କୁ ଗ୍ରାସ କଲା।

13ତୁମ୍ଭେ ଆପଣା ଦୟାରେ ନିଜ ମୁକ୍ତ ଲୋକମାନଙ୍କୁ ଗମନ କରାଉଅଛ, ତୁମ୍ଭେ ଆପଣା ପରାକ୍ରମରେ ସେମାନଙ୍କୁ ପଥ କଢ଼ାଇ ତୁମ୍ଭ ପବିତ୍ର ନିବାସ ସ୍ଥାନକୁ ନେଇ ଯାଉଅଛ।

14ଲୋକମାନେ ଏହା ଶୁଣିଅଛନ୍ତି, ସେମାନେ କମ୍ପୁଅଛନ୍ତି; ବେଦନା ପଲେଷ୍ଟୀୟ ନିବାସୀମାନଙ୍କୁ ଆକ୍ରାନ୍ତ କରିଅଛି।

15ସେତେବେଳେ ଇଦୋମର ରାଜଗଣ ବିହ୍ୱଳ ହେଲେ; କମ୍ପ ମୋୟାବର ବଳବାନ ଲୋକଙ୍କୁ ଆକ୍ରମଣ କରୁଅଛି; କିଣାନ ନିବାସୀ ସମସ୍ତେ ତରଳି ଯାଇଅଛନ୍ତି।

16ତ୍ରାସ ଓ ଆଶଙ୍କା ସେମାନଙ୍କ ଉପରେ ପଡ଼ୁଅଛି; ହେ ସଦାପ୍ରଭୁ, ଯେପର୍ଯ୍ୟନ୍ତ ତୁମ୍ଭ ଲୋକମାନେ ଚାଲିଯାଇ ନାହାନ୍ତି, ଯେପର୍ଯ୍ୟନ୍ତ ତୁମ୍ଭ କ୍ରୀତ ଲୋକମାନେ ଚାଲିଯାଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭ ବାହୁ ବଳ ଦ୍ୱାରା ସେମାନେ ପ୍ରସ୍ତର ନ୍ୟାୟ ସ୍ତବ୍ଧ ହୋଇ ରହିଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.