16ତ୍ରାସ ଓ ଆଶଙ୍କା ସେମାନଙ୍କ ଉପରେ ପଡ଼ୁଅଛି; ହେ ସଦାପ୍ରଭୁ, ଯେପର୍ଯ୍ୟନ୍ତ ତୁମ୍ଭ ଲୋକମାନେ ଚାଲିଯାଇ ନାହାନ୍ତି, ଯେପର୍ଯ୍ୟନ୍ତ ତୁମ୍ଭ କ୍ରୀତ ଲୋକମାନେ ଚାଲିଯାଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭ ବାହୁ ବଳ ଦ୍ୱାରା ସେମାନେ ପ୍ରସ୍ତର ନ୍ୟାୟ ସ୍ତବ୍ଧ ହୋଇ ରହିଅଛନ୍ତି।
17ହେ ସଦାପ୍ରଭୁ, ତୁମ୍ଭେ ଆପଣା ନିବାସ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛ, ପ୍ରଭୁ, ତୁମ୍ଭର ହସ୍ତ ଯେଉଁ ଧର୍ମଧାମ ସ୍ଥାପନ କରିଅଛି, ତୁମ୍ଭେ ସେମାନଙ୍କୁ ଆଣି ଆପଣାର ସେହି ଅଧିକାର-ପର୍ବତରେ ରୋପଣ କରିବ।
18ସଦାପ୍ରଭୁ ଯୁଗାନୁକ୍ରମେ ଅନନ୍ତକାଳ ରାଜତ୍ୱ କରିବେ।”
19କାରଣ ଫାରୋଙ୍କର ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ଲୋକମାନେ ସମୁଦ୍ର ମଧ୍ୟରେ ପ୍ରବେଶ କରନ୍ତେ, ସଦାପ୍ରଭୁ ସେମାନଙ୍କ ଉପରେ ପୁନର୍ବାର ସମୁଦ୍ର ଜଳ ଆଣିଲେ; ମାତ୍ର ଇସ୍ରାଏଲ ସନ୍ତାନମାନେ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ।
20ଏଥିଉତ୍ତାରେ ହାରୋଣଙ୍କର ଭଗିନୀ ଭବିଷ୍ୟଦ୍ବକ୍ତ୍ରୀ ମରୀୟମ ହସ୍ତରେ ଦାରା ନେଲେ ଓ ତାଙ୍କର ପଛେ ପଛେ ଅନ୍ୟ ସ୍ତ୍ରୀସକଳ ଦାରା ନେଇ ନୃତ୍ୟ କରୁ କରୁ ବାହାର ହେଲେ।