1ସେତେବେଳେ ମୋଶା ଓ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ, ଯଥା, “ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବା, କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୋହୀଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।
2ସଦାପ୍ରଭୁ ଆମ୍ଭର ବଳ ଓ ଗାନ, ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି; ସେ ଆମ୍ଭର ପରମେଶ୍ୱର, ଆମ୍ଭେ ତାହାଙ୍କର ପ୍ରଶଂସା କରିବା; ସେ ଆମ୍ଭର ପୈତୃକ ପରମେଶ୍ୱର, ଆମ୍ଭେ ତାହାଙ୍କର ଗୁଣାନୁବାଦ କରିବା।
3ସଦାପ୍ରଭୁ ଯୁଦ୍ଧବୀର; ସଦାପ୍ରଭୁ ତାହାଙ୍କର ନାମ।
4ସେ ଫାରୋଙ୍କର ରଥ ଓ ସୈନ୍ୟଗଣକୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି; ପୁଣି, ତାଙ୍କର ବଛା ବୀରମାନେ ସୂଫ ସାଗରରେ ନିମଗ୍ନ ହୋଇଅଛନ୍ତି।