20ଏଥିଉତ୍ତାରେ ହାରୋଣଙ୍କର ଭଗିନୀ ଭବିଷ୍ୟଦ୍ବକ୍ତ୍ରୀ ମରୀୟମ ହସ୍ତରେ ଦାରା ନେଲେ ଓ ତାଙ୍କର ପଛେ ପଛେ ଅନ୍ୟ ସ୍ତ୍ରୀସକଳ ଦାରା ନେଇ ନୃତ୍ୟ କରୁ କରୁ ବାହାର ହେଲେ।
21ସେତେବେଳେ ମରୀୟମ ଲୋକମାନଙ୍କୁ ଉତ୍ତର କଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାୟନ କର; କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।”
22ଏଥିଉତ୍ତାରେ ମୋଶା ଇସ୍ରାଏଲଙ୍କୁ ସୂଫ ସାଗରଠାରୁ ଯାତ୍ରା କରାଇଲେ, ପୁଣି, ସେମାନେ ଶୂର-ପ୍ରାନ୍ତର ଆଡ଼କୁ ଯାତ୍ରା କଲେ, ସେମାନେ ପ୍ରାନ୍ତରରେ ତିନି ଦିନ ଯାତ୍ରା କରି ଜଳ ପାଇଲେ ନାହିଁ।
23ତହୁଁ ସେମାନେ ମାରାଠାରେ ଉପସ୍ଥିତ ହୁଅନ୍ତେ, ତିକ୍ତତା ହେତୁରୁ ମାରାର ଜଳ ପାନ କରି ପାରିଲେ ନାହିଁ; ଏଣୁ ତାହାର ନାମ ମାରା ହେଲା।
24ସେତେବେଳେ ଲୋକମାନେ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, “ଆମ୍ଭେମାନେ କଅଣ ପିଇବା?”