4ସେ ଫାରୋଙ୍କର ରଥ ଓ ସୈନ୍ୟଗଣକୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି; ପୁଣି, ତାଙ୍କର ବଛା ବୀରମାନେ ସୂଫ ସାଗରରେ ନିମଗ୍ନ ହୋଇଅଛନ୍ତି।
5ଗଭୀର ଜଳ ସେମାନଙ୍କୁ ଆଚ୍ଛାଦନ କରିଅଛି, ସେମାନେ ପ୍ରସ୍ତର ତୁଲ୍ୟ ଅଗାଧ ଜଳରେ ବୁଡ଼ିଗଲେ।
6ହେ ସଦାପ୍ରଭୁ, ତୁମ୍ଭର ଦକ୍ଷିଣ ହସ୍ତ ବଳରେ ଗୌରବାନ୍ୱିତ; ହେ ସଦାପ୍ରଭୁ, ତୁମ୍ଭର ଦକ୍ଷିଣ ହସ୍ତ ଶତ୍ରୁକୁ ଚୂର୍ଣ୍ଣ କରେ,
7ତୁମ୍ଭେ ଆପଣା ଉତ୍କୃଷ୍ଟ ମହିମାରେ ଆପଣା ପ୍ରତିକୂଳାଚାରୀମାନଙ୍କୁ ନିପାତ କରିଥାଅ; ତୁମ୍ଭେ ଆପଣା କ୍ରୋଧାଗ୍ନି ପଠାଅ, ତାହା ସେମାନଙ୍କୁ ନଡ଼ା ପରି ଗ୍ରାସ କରେ।
8ତୁମ୍ଭ ନାସିକାର ନିଃଶ୍ୱାସ ଦ୍ୱାରା ଜଳ ରାଶୀକୃତ ହେଲା; ସ୍ରୋତସକଳ ସେତୁ ପରି ଛିଡ଼ା ହୋଇ ରହିଲା; ସମୁଦ୍ର ମଧ୍ୟସ୍ଥଳରେ ଗଭୀର ଜଳ ଜମାଟ ହୋଇଗଲା।