9ଆଉ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁକୁ ଆସ, ସେ ତୁମ୍ଭମାନଙ୍କର ବଚସା ଶୁଣିଅଛନ୍ତି।’”
10ତହିଁରେ ହାରୋଣ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏହା କହିବା ସମୟରେ ସେମାନେ ପ୍ରାନ୍ତର ଆଡ଼େ ଅନାନ୍ତେ, ଦେଖ, ମେଘସ୍ତମ୍ଭ ମଧ୍ୟରେ ସଦାପ୍ରଭୁଙ୍କର ପ୍ରତାପ ଦେଖାଗଲା।
11ପୁଣି, ସଦାପ୍ରଭୁ ମୋଶାଙ୍କୁ କହିଲେ,
12“ଆମ୍ଭେ ଇସ୍ରାଏଲ-ସନ୍ତାନଗଣର ବଚସା ଶୁଣିଅଛୁ; ତୁମ୍ଭେ ସେମାନଙ୍କୁ କୁହ, ‘ତୁମ୍ଭେମାନେ ସନ୍ଧ୍ୟା ସମୟରେ ମାଂସ ଭୋଜନ କରିବ ଓ ପ୍ରଭାତରେ ଅନ୍ନରେ ପରିତୃପ୍ତ ହେବ; ତହିଁରେ ଆମ୍ଭେ ଯେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଅଟୁ, ତାହା ତୁମ୍ଭେମାନେ ଜାଣିବ।’”
13ଏଥିଉତ୍ତାରେ ସନ୍ଧ୍ୟା ସମୟରେ ଭାଟୋଇ ପକ୍ଷୀଗଣ ଆସି ଛାଉଣି-ସ୍ଥାନ ଆଚ୍ଛାଦନ କଲେ, ପୁଣି, ପ୍ରାତଃକାଳରେ ଛାଉଣି ସ୍ଥାନର ଚାରିଆଡ଼େ କାକର ପଡ଼ିଲା।