13ଏଥିଉତ୍ତାରେ ସନ୍ଧ୍ୟା ସମୟରେ ଭାଟୋଇ ପକ୍ଷୀଗଣ ଆସି ଛାଉଣି-ସ୍ଥାନ ଆଚ୍ଛାଦନ କଲେ, ପୁଣି, ପ୍ରାତଃକାଳରେ ଛାଉଣି ସ୍ଥାନର ଚାରିଆଡ଼େ କାକର ପଡ଼ିଲା।
14ଏଉତ୍ତାରେ ପତିତ କାକର ଊର୍ଦ୍ଧ୍ୱଗତ ହେଲାରୁ ଭୂମିସ୍ଥିତ କାକର ପରି ଗୋଲାକାର କ୍ଷୁଦ୍ର ଦ୍ରବ୍ୟ ପ୍ରାନ୍ତର ଉପରେ ପଡ଼ି ରହିଲା।
15ଆଉ ଇସ୍ରାଏଲ-ସନ୍ତାନଗଣ ତାହା ଦେଖି ପରସ୍ପରକୁ କହିଲେ, “ଏହା କʼଣ ଅଟେ?” ଯେହେତୁ ତାହା କʼଣ ଥିଲା, ସେମାନେ ଜାଣିଲେ ନାହିଁ। ତହିଁରେ ମୋଶା କହିଲେ, “ଏହା ତୁମ୍ଭମାନଙ୍କ ଭୋଜନ ନିମନ୍ତେ ସଦାପ୍ରଭୁଙ୍କ ଦତ୍ତ ଅନ୍ନ।
16ଏ ବିଷୟରେ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ‘ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଭୋଜନ ଶକ୍ତି ବୁଝି ତାହା ସଂଗ୍ରହ କର; ତୁମ୍ଭମାନଙ୍କ ପ୍ରତ୍ୟେକ ଜଣ ଆପଣା ଆପଣା ତମ୍ବୁସ୍ଥିତ ପ୍ରାଣୀମାନଙ୍କ ସଂଖ୍ୟାନୁସାରେ ଏକ ଏକ ଜଣ ପାଇଁ ଏକ ଏକ ଓମର ପରିମାଣରେ ତାହା ସଂଗ୍ରହ କର।’”
17ତହିଁରେ ଇସ୍ରାଏଲ ସନ୍ତାନମାନେ ସେହି ପ୍ରକାର କଲେ; କେହି ଅଧିକ ଓ କେହି ଅଳ୍ପ ସଞ୍ଚୟ କଲେ।