17ତହିଁରେ ଇସ୍ରାଏଲ ସନ୍ତାନମାନେ ସେହି ପ୍ରକାର କଲେ; କେହି ଅଧିକ ଓ କେହି ଅଳ୍ପ ସଞ୍ଚୟ କଲେ।
18ଏଥିଉତ୍ତାରେ ସେମାନେ ଓମରରେ ତାହା ପରିମାଣ କରନ୍ତେ; ଯେ ଅଧିକ ସଂଗ୍ରହ କରିଥିଲା, ତାହାର ବଳକା ହେଲା ନାହିଁ, ପୁଣି, ଯେ ଅଳ୍ପ ସଂଗ୍ରହ କରିଥିଲା, ତାହାର ଅଭାବ ହେଲା ନାହିଁ; ଏହି ପ୍ରକାରେ ସେମାନେ ଭୋଜନ ଶକ୍ତି ଅନୁସାରେ ସଂଗ୍ରହ କଲେ।
19ଏଥିଉତ୍ତାରେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ କେହି ପ୍ରାତଃକାଳ ପର୍ଯ୍ୟନ୍ତ କିଛି ରଖ ନାହିଁ।”
20ତଥାପି ସେମାନେ ମୋଶାଙ୍କର କଥା ନ ମାନି କେହି କେହି ପ୍ରଭାତ ପର୍ଯ୍ୟନ୍ତ କିଛି କିଛି ରଖିଲେ; ମାତ୍ର ତହିଁରେ ପୋକ ଜନ୍ମିଲା ଓ ଦୁର୍ଗନ୍ଧ ହେଲା। ଏଣୁ ମୋଶା ସେମାନଙ୍କ ଉପରେ କ୍ରୋଧ କଲେ।
21ଏହିରୂପେ ପ୍ରତିଦିନ ପ୍ରାତଃକାଳରେ ସେମାନେ ଆପଣା ଆପଣା ଭୋଜନ ଶକ୍ତି ଅନୁସାରେ ତାହା ସଂଗ୍ରହ କଲେ; ମାତ୍ର ପ୍ରଚଣ୍ଡ ଖରା ହୁଅନ୍ତେ, ତାହା ତରଳି ଗଲା।