ଯାତ୍ରା ପୁସ୍ତକ 16

ତଥାପି ସେମାନେ ମୋଶାଙ୍କର କଥା ନ ମାନି କେହି କେହି ପ୍ରଭାତ ପର୍ଯ୍ୟନ୍ତ କିଛି କିଛି ରଖିଲେ; ମାତ୍ର ତହିଁରେ ପୋକ ଜନ୍ମିଲା ଓ ଦୁର୍ଗନ୍ଧ ହେଲା। ଏଣୁ ମୋଶା ସେମାନଙ୍କ ଉପରେ କ୍ରୋଧ କଲେ।

Exodus 16:20 (UKJV) Notwithstanding they hearkened not unto Moses; but some of them left of it until the morning, and it bred worms, and stank: and Moses was angry with them.

18ଏଥିଉତ୍ତାରେ ସେମାନେ ଓମରରେ ତାହା ପରିମାଣ କରନ୍ତେ; ଯେ ଅଧିକ ସଂଗ୍ରହ କରିଥିଲା, ତାହାର ବଳକା ହେଲା ନାହିଁ, ପୁଣି, ଯେ ଅଳ୍ପ ସଂଗ୍ରହ କରିଥିଲା, ତାହାର ଅଭାବ ହେଲା ନାହିଁ; ଏହି ପ୍ରକାରେ ସେମାନେ ଭୋଜନ ଶକ୍ତି ଅନୁସାରେ ସଂଗ୍ରହ କଲେ।

19ଏଥିଉତ୍ତାରେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ କେହି ପ୍ରାତଃକାଳ ପର୍ଯ୍ୟନ୍ତ କିଛି ରଖ ନାହିଁ।”

20ତଥାପି ସେମାନେ ମୋଶାଙ୍କର କଥା ନ ମାନି କେହି କେହି ପ୍ରଭାତ ପର୍ଯ୍ୟନ୍ତ କିଛି କିଛି ରଖିଲେ; ମାତ୍ର ତହିଁରେ ପୋକ ଜନ୍ମିଲା ଓ ଦୁର୍ଗନ୍ଧ ହେଲା। ଏଣୁ ମୋଶା ସେମାନଙ୍କ ଉପରେ କ୍ରୋଧ କଲେ।

21ଏହିରୂପେ ପ୍ରତିଦିନ ପ୍ରାତଃକାଳରେ ସେମାନେ ଆପଣା ଆପଣା ଭୋଜନ ଶକ୍ତି ଅନୁସାରେ ତାହା ସଂଗ୍ରହ କଲେ; ମାତ୍ର ପ୍ରଚଣ୍ଡ ଖରା ହୁଅନ୍ତେ, ତାହା ତରଳି ଗଲା।

22ଏଥିଉତ୍ତାରେ ଷଷ୍ଠ ଦିନରେ ସେମାନେ ଦୁଇଗୁଣ, ଅର୍ଥାତ୍‍, ପ୍ରତି ଜଣ ଦୁଇ ଦୁଇ ଓମର ଅନ୍ନ ସଂଗ୍ରହ କଲେ, ତହିଁରେ ମଣ୍ଡଳୀର ଅଧ୍ୟକ୍ଷ ସମସ୍ତେ ଆସି ମୋଶାଙ୍କୁ ଜଣାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.