ଯାତ୍ରା ପୁସ୍ତକ 16

ସେତେବେଳେ ମୋଶା ସେମାନଙ୍କୁ କହିଲେ, “ସଦାପ୍ରଭୁ ତାହା କହିଅଛନ୍ତି, ଯଥା, ‘କାଲି ମହା ବିଶ୍ରାମ ଦିନ, ଅର୍ଥାତ୍‍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବିଶ୍ରାମ ହେବ; ଏହେତୁ ତୁମ୍ଭମାନଙ୍କର ଯାହା ଭାଜିବାର, ତାହା ଭାଜ; ଯାହା ପାକ କରିବାର, ତାହା ପାକ କର; ପୁଣି, ଯାହା କିଛି ଅବଶିଷ୍ଟ ରହେ, ତାହା ପ୍ରଭାତ ପର୍ଯ୍ୟନ୍ତ ସଞ୍ଚୟ କରି ରଖ।’”

Exodus 16:23 (UKJV) And he said unto them, This is that which the LORD has said, Tomorrow is the rest of the holy sabbath unto the LORD: bake that which all of you will bake to day, and seethe that all of you will seethe; and that which remains over lay up for you to be kept until the morning.

21ଏହିରୂପେ ପ୍ରତିଦିନ ପ୍ରାତଃକାଳରେ ସେମାନେ ଆପଣା ଆପଣା ଭୋଜନ ଶକ୍ତି ଅନୁସାରେ ତାହା ସଂଗ୍ରହ କଲେ; ମାତ୍ର ପ୍ରଚଣ୍ଡ ଖରା ହୁଅନ୍ତେ, ତାହା ତରଳି ଗଲା।

22ଏଥିଉତ୍ତାରେ ଷଷ୍ଠ ଦିନରେ ସେମାନେ ଦୁଇଗୁଣ, ଅର୍ଥାତ୍‍, ପ୍ରତି ଜଣ ଦୁଇ ଦୁଇ ଓମର ଅନ୍ନ ସଂଗ୍ରହ କଲେ, ତହିଁରେ ମଣ୍ଡଳୀର ଅଧ୍ୟକ୍ଷ ସମସ୍ତେ ଆସି ମୋଶାଙ୍କୁ ଜଣାଇଲେ।

23ସେତେବେଳେ ମୋଶା ସେମାନଙ୍କୁ କହିଲେ, “ସଦାପ୍ରଭୁ ତାହା କହିଅଛନ୍ତି, ଯଥା, ‘କାଲି ମହା ବିଶ୍ରାମ ଦିନ, ଅର୍ଥାତ୍‍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବିଶ୍ରାମ ହେବ; ଏହେତୁ ତୁମ୍ଭମାନଙ୍କର ଯାହା ଭାଜିବାର, ତାହା ଭାଜ; ଯାହା ପାକ କରିବାର, ତାହା ପାକ କର; ପୁଣି, ଯାହା କିଛି ଅବଶିଷ୍ଟ ରହେ, ତାହା ପ୍ରଭାତ ପର୍ଯ୍ୟନ୍ତ ସଞ୍ଚୟ କରି ରଖ।’”

24ତହିଁରେ ସେମାନେ ମୋଶାଙ୍କର ଆଜ୍ଞାନୁସାରେ ପ୍ରଭାତ ପର୍ଯ୍ୟନ୍ତ ତାହା ରଖିଲେ, ଆଉ ତାହା ଦୁର୍ଗନ୍ଧ ହେଲା ନାହିଁ, କି ତହିଁରେ କୌଣସି ପୋକ ଜନ୍ମିଲା ନାହିଁ।

25ଏଥିଉତ୍ତାରେ ମୋଶା କହିଲେ, “ଆଜି ତୁମ୍ଭେମାନେ ତାହା ଭୋଜନ କର, ଯେହେତୁ ଆଜି ସଦାପ୍ରଭୁଙ୍କର ବିଶ୍ରାମବାର; ଆଜି କ୍ଷେତରେ ତାହା ପାଇବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.