23ସେତେବେଳେ ମୋଶା ସେମାନଙ୍କୁ କହିଲେ, “ସଦାପ୍ରଭୁ ତାହା କହିଅଛନ୍ତି, ଯଥା, ‘କାଲି ମହା ବିଶ୍ରାମ ଦିନ, ଅର୍ଥାତ୍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବିଶ୍ରାମ ହେବ; ଏହେତୁ ତୁମ୍ଭମାନଙ୍କର ଯାହା ଭାଜିବାର, ତାହା ଭାଜ; ଯାହା ପାକ କରିବାର, ତାହା ପାକ କର; ପୁଣି, ଯାହା କିଛି ଅବଶିଷ୍ଟ ରହେ, ତାହା ପ୍ରଭାତ ପର୍ଯ୍ୟନ୍ତ ସଞ୍ଚୟ କରି ରଖ।’”
24ତହିଁରେ ସେମାନେ ମୋଶାଙ୍କର ଆଜ୍ଞାନୁସାରେ ପ୍ରଭାତ ପର୍ଯ୍ୟନ୍ତ ତାହା ରଖିଲେ, ଆଉ ତାହା ଦୁର୍ଗନ୍ଧ ହେଲା ନାହିଁ, କି ତହିଁରେ କୌଣସି ପୋକ ଜନ୍ମିଲା ନାହିଁ।
25ଏଥିଉତ୍ତାରେ ମୋଶା କହିଲେ, “ଆଜି ତୁମ୍ଭେମାନେ ତାହା ଭୋଜନ କର, ଯେହେତୁ ଆଜି ସଦାପ୍ରଭୁଙ୍କର ବିଶ୍ରାମବାର; ଆଜି କ୍ଷେତରେ ତାହା ପାଇବ ନାହିଁ।
26ତୁମ୍ଭେମାନେ ଛଅ ଦିନ ତାହା ସଂଗ୍ରହ କରିବ, ମାତ୍ର ସପ୍ତମ ଦିନ ବିଶ୍ରାମବାର ଅଟେ, ତହିଁରେ କିଛି ମିଳିବ ନାହିଁ।”
27ତଥାପି ସପ୍ତମ ଦିନରେ ମଧ୍ୟ କେହି କେହି ତାହା ସଂଗ୍ରହ କରିବାକୁ ଗଲେ, ମାତ୍ର କିଛି ପାଇଲେ ନାହିଁ।