25ଏଥିଉତ୍ତାରେ ମୋଶା କହିଲେ, “ଆଜି ତୁମ୍ଭେମାନେ ତାହା ଭୋଜନ କର, ଯେହେତୁ ଆଜି ସଦାପ୍ରଭୁଙ୍କର ବିଶ୍ରାମବାର; ଆଜି କ୍ଷେତରେ ତାହା ପାଇବ ନାହିଁ।
26ତୁମ୍ଭେମାନେ ଛଅ ଦିନ ତାହା ସଂଗ୍ରହ କରିବ, ମାତ୍ର ସପ୍ତମ ଦିନ ବିଶ୍ରାମବାର ଅଟେ, ତହିଁରେ କିଛି ମିଳିବ ନାହିଁ।”
27ତଥାପି ସପ୍ତମ ଦିନରେ ମଧ୍ୟ କେହି କେହି ତାହା ସଂଗ୍ରହ କରିବାକୁ ଗଲେ, ମାତ୍ର କିଛି ପାଇଲେ ନାହିଁ।
28ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେମାନେ ଆମ୍ଭର ଆଜ୍ଞା ଓ ବ୍ୟବସ୍ଥା ପାଳନ କରିବାକୁ କେତେ କାଳ ଅସମ୍ମତ ଥିବ?
29ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କୁ ବିଶ୍ରାମ ଦିନ ଦେବା ସକାଶୁ ସେ (ସଦାପ୍ରଭୁ) ତୁମ୍ଭମାନଙ୍କୁ ଷଷ୍ଠ ଦିନରେ ଦୁଇ ଦିନର ଖାଦ୍ୟ ଦିଅନ୍ତି; ତୁମ୍ଭେମାନେ ପ୍ରତି ଜଣ ସପ୍ତମ ଦିନରେ ଆପଣା ଆପଣା ସ୍ଥାନରୁ ବାହାରକୁ ନ ଯାଇ ସ୍ୱ ସ୍ୱ ସ୍ଥାନରେ ଥାଅ।”