28ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେମାନେ ଆମ୍ଭର ଆଜ୍ଞା ଓ ବ୍ୟବସ୍ଥା ପାଳନ କରିବାକୁ କେତେ କାଳ ଅସମ୍ମତ ଥିବ?
29ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କୁ ବିଶ୍ରାମ ଦିନ ଦେବା ସକାଶୁ ସେ (ସଦାପ୍ରଭୁ) ତୁମ୍ଭମାନଙ୍କୁ ଷଷ୍ଠ ଦିନରେ ଦୁଇ ଦିନର ଖାଦ୍ୟ ଦିଅନ୍ତି; ତୁମ୍ଭେମାନେ ପ୍ରତି ଜଣ ସପ୍ତମ ଦିନରେ ଆପଣା ଆପଣା ସ୍ଥାନରୁ ବାହାରକୁ ନ ଯାଇ ସ୍ୱ ସ୍ୱ ସ୍ଥାନରେ ଥାଅ।”
30ତେବେ ଲୋକମାନେ ସପ୍ତମ ଦିନରେ ବିଶ୍ରାମ କଲେ।
31ପୁଣି, ଇସ୍ରାଏଲ ବଂଶ ସେହି ଖାଦ୍ୟର ନାମ “ମାନ୍ନା” ଦେଲେ; ତାହା ଧନିଆ ପରି ଶୁକ୍ଳବର୍ଣ୍ଣ ଓ ତାହାର ଆସ୍ୱାଦ ମଧୁ ମିଶ୍ରିତ ରୁଟି ତୁଲ୍ୟ ଥିଲା।
32ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି, ‘ସେ ତୁମ୍ଭମାନଙ୍କୁ ମିସର ଦେଶଠାରୁ ଆଣିବା ସମୟରେ ପ୍ରାନ୍ତର ମଧ୍ୟରେ ଯେଉଁ ଅନ୍ନ ଭୋଜନ କରାଇଲେ, ତାହା ଯେପରି ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ଦେଖନ୍ତି, ଏହେତୁ ସେମାନଙ୍କ ନିମନ୍ତେ ଏକ ଓମର ପରିମାଣ ମାନ୍ନା ରଖ।’”