ଯାତ୍ରା ପୁସ୍ତକ 16

ପୁଣି, ଇସ୍ରାଏଲ ବଂଶ ସେହି ଖାଦ୍ୟର ନାମ “ମାନ୍ନା” ଦେଲେ; ତାହା ଧନିଆ ପରି ଶୁକ୍ଳବର୍ଣ୍ଣ ଓ ତାହାର ଆସ୍ୱାଦ ମଧୁ ମିଶ୍ରିତ ରୁଟି ତୁଲ୍ୟ ଥିଲା।

Exodus 16:31 (UKJV) And the house of Israel called the name thereof Manna: and it was like coriander seed, white; and the taste of it was like wafers made with honey.

29ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କୁ ବିଶ୍ରାମ ଦିନ ଦେବା ସକାଶୁ ସେ (ସଦାପ୍ରଭୁ) ତୁମ୍ଭମାନଙ୍କୁ ଷଷ୍ଠ ଦିନରେ ଦୁଇ ଦିନର ଖାଦ୍ୟ ଦିଅନ୍ତି; ତୁମ୍ଭେମାନେ ପ୍ରତି ଜଣ ସପ୍ତମ ଦିନରେ ଆପଣା ଆପଣା ସ୍ଥାନରୁ ବାହାରକୁ ନ ଯାଇ ସ୍ୱ ସ୍ୱ ସ୍ଥାନରେ ଥାଅ।”

30ତେବେ ଲୋକମାନେ ସପ୍ତମ ଦିନରେ ବିଶ୍ରାମ କଲେ।

31ପୁଣି, ଇସ୍ରାଏଲ ବଂଶ ସେହି ଖାଦ୍ୟର ନାମ “ମାନ୍ନା” ଦେଲେ; ତାହା ଧନିଆ ପରି ଶୁକ୍ଳବର୍ଣ୍ଣ ଓ ତାହାର ଆସ୍ୱାଦ ମଧୁ ମିଶ୍ରିତ ରୁଟି ତୁଲ୍ୟ ଥିଲା।

32ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି, ‘ସେ ତୁମ୍ଭମାନଙ୍କୁ ମିସର ଦେଶଠାରୁ ଆଣିବା ସମୟରେ ପ୍ରାନ୍ତର ମଧ୍ୟରେ ଯେଉଁ ଅନ୍ନ ଭୋଜନ କରାଇଲେ, ତାହା ଯେପରି ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ଦେଖନ୍ତି, ଏହେତୁ ସେମାନଙ୍କ ନିମନ୍ତେ ଏକ ଓମର ପରିମାଣ ମାନ୍ନା ରଖ।’”

33ସେତେବେଳେ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଗୋଟିଏ ପାତ୍ର ନେଇ ଏକ ଓମର ପରିମାଣ ମାନ୍ନା ପୂର୍ଣ୍ଣ କରି ସଦାପ୍ରଭୁଙ୍କ ସମ୍ମୁଖରେ ରଖ; ତାହା ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ନିମନ୍ତେ ରଖାଯିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.