ଯାତ୍ରା ପୁସ୍ତକ 16

ତହୁଁ ହାରୋଣ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସାକ୍ଷ୍ୟ-ସିନ୍ଦୁକ ନିକଟରେ ରଖାଯିବା ନିମିତ୍ତ ତାହା ସଞ୍ଚୟ କରି ରଖିଲେ।

Exodus 16:34 (UKJV) As the LORD commanded Moses, so Aaron laid it up before the Testimony, to be kept.

32ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି, ‘ସେ ତୁମ୍ଭମାନଙ୍କୁ ମିସର ଦେଶଠାରୁ ଆଣିବା ସମୟରେ ପ୍ରାନ୍ତର ମଧ୍ୟରେ ଯେଉଁ ଅନ୍ନ ଭୋଜନ କରାଇଲେ, ତାହା ଯେପରି ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ଦେଖନ୍ତି, ଏହେତୁ ସେମାନଙ୍କ ନିମନ୍ତେ ଏକ ଓମର ପରିମାଣ ମାନ୍ନା ରଖ।’”

33ସେତେବେଳେ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଗୋଟିଏ ପାତ୍ର ନେଇ ଏକ ଓମର ପରିମାଣ ମାନ୍ନା ପୂର୍ଣ୍ଣ କରି ସଦାପ୍ରଭୁଙ୍କ ସମ୍ମୁଖରେ ରଖ; ତାହା ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ନିମନ୍ତେ ରଖାଯିବ।”

34ତହୁଁ ହାରୋଣ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସାକ୍ଷ୍ୟ-ସିନ୍ଦୁକ ନିକଟରେ ରଖାଯିବା ନିମିତ୍ତ ତାହା ସଞ୍ଚୟ କରି ରଖିଲେ।

35ଇସ୍ରାଏଲ ସନ୍ତାନମାନେ ବସତି ଦେଶରେ ଉପସ୍ଥିତ ନ ହେବା ଯାଏ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେହି ମାନ୍ନା ଭୋଜନ କଲେ ଓ କିଣାନ ଦେଶର ସୀମାରେ ଉପସ୍ଥିତ ନ ହେବା ଯାଏ ସେମାନେ ତାହା ଖାଇଲେ।

36ଏକ ଓମର ଐଫାର ଦଶମାଂଶ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.