6ଏଥିଉତ୍ତାରେ ମୋଶା ଓ ହାରୋଣ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ସଦାପ୍ରଭୁ ଯେ ତୁମ୍ଭମାନଙ୍କୁ ମିସରଠାରୁ ବାହାର କରି ଆଣିଅଛନ୍ତି, ଏହା ତୁମ୍ଭେମାନେ ସନ୍ଧ୍ୟାକାଳରେ ଜାଣିବ।
7ପୁଣି, ପ୍ରାତଃକାଳରେ ସଦାପ୍ରଭୁଙ୍କର ମହିମା ଦେଖିବ; ଯେହେତୁ ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭମାନଙ୍କ ବଚସା ସେ ଶୁଣନ୍ତି; ଆମ୍ଭେମାନେ କିଏ ଯେ, ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ବଚସା କର?”
8ଆହୁରି ମୋଶା କହିଲେ, “ସଦାପ୍ରଭୁ ସନ୍ଧ୍ୟାକାଳରେ ଭୋଜନ ନିମନ୍ତେ ତୁମ୍ଭମାନଙ୍କୁ ମାଂସ ଦେବେ ଓ ପ୍ରାତଃକାଳରେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଦେବେ; କାରଣ ସଦାପ୍ରଭୁଙ୍କ ବିରୁଦ୍ଧରେ କରିଥିବା ତୁମ୍ଭମାନଙ୍କର ବଚସା ସେ ଶୁଣନ୍ତି। ଆମ୍ଭେମାନେ କିଏ? ତୁମ୍ଭମାନଙ୍କର ବଚସା ଆମ୍ଭମାନଙ୍କ ବିରୁଦ୍ଧରେ ନୁହେଁ ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ହୁଏ।”
9ଆଉ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁକୁ ଆସ, ସେ ତୁମ୍ଭମାନଙ୍କର ବଚସା ଶୁଣିଅଛନ୍ତି।’”
10ତହିଁରେ ହାରୋଣ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏହା କହିବା ସମୟରେ ସେମାନେ ପ୍ରାନ୍ତର ଆଡ଼େ ଅନାନ୍ତେ, ଦେଖ, ମେଘସ୍ତମ୍ଭ ମଧ୍ୟରେ ସଦାପ୍ରଭୁଙ୍କର ପ୍ରତାପ ଦେଖାଗଲା।