9ତହିଁରେ ମୋଶା ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଲୋକ ମନୋନୀତ କରି ଅମାଲେକ ସହିତ ଯୁଦ୍ଧ କରିବାକୁ ଯାଅ; ଆସନ୍ତାକାଲି ମୁଁ ଆପଣା ହସ୍ତରେ ପରମେଶ୍ୱରଙ୍କ ଯଷ୍ଟି ଘେନି ପର୍ବତ ଶୃଙ୍ଗରେ ଠିଆ ହେବି।”
10ତହୁଁ ମୋଶାଙ୍କ ଆଜ୍ଞାନୁସାରେ ଯିହୋଶୂୟ ଅମାଲେକ ସହିତ ଯୁଦ୍ଧ କଲେ, ପୁଣି, ମୋଶା ଓ ହାରୋଣ, ହୂର ପର୍ବତ ଶୃଙ୍ଗରେ ଆରୋହଣ କଲେ।
11ପୁଣି, ମୋଶା ଆପଣା ହସ୍ତ ଊର୍ଦ୍ଧ୍ୱକୁ ଟେକିଥିବା ସମୟରେ ଇସ୍ରାଏଲ ଜୟୀ ହେଲେ ଓ ସେ ଆପଣା ହସ୍ତ ନୁଆଁଇଥିବା ସମୟରେ ଅମାଲେକ ଜୟୀ ହେଲେ।
12ମାତ୍ର ମୋଶାଙ୍କର ହସ୍ତ ଭାରୀ ହେଲା; ଏହେତୁ ସେମାନେ ଖଣ୍ଡିଏ ପ୍ରସ୍ତର ଆଣି ତାହା ତଳେ ରଖନ୍ତେ, ମୋଶା ତହିଁ ଉପରେ ବସିଲେ, ପୁଣି, ହାରୋଣ ଓ ହୂର ଜଣେ ଏପାଖେ ଆଉ ଜଣେ ସେପାଖେ ତାଙ୍କର ହାତ ଟେକି ଧରିଲେ; ତହିଁରେ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ତାଙ୍କର ହସ୍ତ ସ୍ଥିର ରହିଲା।
13ଏଣୁ ଯିହୋଶୂୟ ଅମାଲେକକୁ ଓ ତାହାର ଲୋକମାନଙ୍କୁ ଖଡ୍ଗଧାରରେ ପରାସ୍ତ କଲେ।