11ପୁଣି, ମୋଶା ଆପଣା ହସ୍ତ ଊର୍ଦ୍ଧ୍ୱକୁ ଟେକିଥିବା ସମୟରେ ଇସ୍ରାଏଲ ଜୟୀ ହେଲେ ଓ ସେ ଆପଣା ହସ୍ତ ନୁଆଁଇଥିବା ସମୟରେ ଅମାଲେକ ଜୟୀ ହେଲେ।
12ମାତ୍ର ମୋଶାଙ୍କର ହସ୍ତ ଭାରୀ ହେଲା; ଏହେତୁ ସେମାନେ ଖଣ୍ଡିଏ ପ୍ରସ୍ତର ଆଣି ତାହା ତଳେ ରଖନ୍ତେ, ମୋଶା ତହିଁ ଉପରେ ବସିଲେ, ପୁଣି, ହାରୋଣ ଓ ହୂର ଜଣେ ଏପାଖେ ଆଉ ଜଣେ ସେପାଖେ ତାଙ୍କର ହାତ ଟେକି ଧରିଲେ; ତହିଁରେ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ତାଙ୍କର ହସ୍ତ ସ୍ଥିର ରହିଲା।
13ଏଣୁ ଯିହୋଶୂୟ ଅମାଲେକକୁ ଓ ତାହାର ଲୋକମାନଙ୍କୁ ଖଡ୍ଗଧାରରେ ପରାସ୍ତ କଲେ।
14ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି କଥା ସ୍ମରଣାର୍ଥେ ପୁସ୍ତକରେ ଲେଖି ରଖ, ପୁଣି, ଯିହୋଶୂୟର କର୍ଣ୍ଣଗୋଚରରେ ତାହା ପାଠ କର; ଯଥା, ଆମ୍ଭେ ଆକାଶ ତଳରୁ ଅମାଲେକର ସ୍ମରଣ ଲୋପ କରିବା।”
15ତହିଁରେ ମୋଶା ଗୋଟିଏ ବେଦି ନିର୍ମାଣ କରି ତହିଁର ନାମ “ଯିହୋବାଃ-ନିଃଷି” ରଖିଲେ।