13ଏଣୁ ଯିହୋଶୂୟ ଅମାଲେକକୁ ଓ ତାହାର ଲୋକମାନଙ୍କୁ ଖଡ୍ଗଧାରରେ ପରାସ୍ତ କଲେ।
14ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି କଥା ସ୍ମରଣାର୍ଥେ ପୁସ୍ତକରେ ଲେଖି ରଖ, ପୁଣି, ଯିହୋଶୂୟର କର୍ଣ୍ଣଗୋଚରରେ ତାହା ପାଠ କର; ଯଥା, ଆମ୍ଭେ ଆକାଶ ତଳରୁ ଅମାଲେକର ସ୍ମରଣ ଲୋପ କରିବା।”
15ତହିଁରେ ମୋଶା ଗୋଟିଏ ବେଦି ନିର୍ମାଣ କରି ତହିଁର ନାମ “ଯିହୋବାଃ-ନିଃଷି” ରଖିଲେ।
16ପୁଣି, ସେ ସଦାପ୍ରଭୁଙ୍କ ଧ୍ୱଜାରେ ହସ୍ତ ଦେଇ କହିଲେ, “ପୁରୁଷାନୁକ୍ରମେ ଅମାଲେକ ସହିତ ସଦାପ୍ରଭୁଙ୍କର ଯୁଦ୍ଧ ହେବ।”