2ଏଥିପାଇଁ ଲୋକମାନେ ମୋଶାଙ୍କ ସଙ୍ଗରେ ବିବାଦ କରି କହିଲେ, “ଆମ୍ଭମାନଙ୍କୁ ଜଳ ଦିଅ, ଆମ୍ଭେମାନେ ପାନ କରିବୁ।” ତହିଁରେ ମୋଶା କହିଲେ, “ତୁମ୍ଭେମାନେ ମୋʼ ସଙ୍ଗରେ କାହିଁକି ବିବାଦ କର? କାହିଁକି ସଦାପ୍ରଭୁଙ୍କୁ ପରୀକ୍ଷା କର?”
3ସେତେବେଳେ ଲୋକମାନେ ସେହି ସ୍ଥାନରେ ଜଳାଭାବ ହେତୁ ତୃଷାକୂଳ ହୋଇ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, “କାହିଁକି ତୁମ୍ଭେ ଆମ୍ଭମାନଙ୍କୁ, ଆମ୍ଭମାନଙ୍କ ସନ୍ତାନମାନଙ୍କୁ ଓ ପଶୁଗଣକୁ ପିପାସାରେ ମାରିବା ନିମନ୍ତେ ମିସରଠାରୁ ଆଣିଅଛ?”
4ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ଏହି ଲୋକମାନଙ୍କ ନିମନ୍ତେ କʼଣ କରିବି? ସେମାନେ ମୋତେ ପଥର ପକାଇ ମାରିବାକୁ ପ୍ରାୟ ଉଦ୍ୟତ।”
5ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯଦ୍ଦ୍ୱାରା ନୀଳ ନଦୀକୁ ଆଘାତ କରିଥିଲ, ସେହି ଯଷ୍ଟି ହସ୍ତରେ ଘେନି ଇସ୍ରାଏଲର କେତେକ ପ୍ରାଚୀନଙ୍କ ସଙ୍ଗେ ଇସ୍ରାଏଲ ଲୋକମାନଙ୍କ ଆଗେ ଆଗେ ଯାଅ।
6ଦେଖ, ଆମ୍ଭେ ହୋରେବରେ ସେହି ଶୈଳ ଉପରେ ତୁମ୍ଭ ସମ୍ମୁଖରେ ଠିଆ ହେବା; ତୁମ୍ଭେ ସେହି ଶୈଳକୁ ଆଘାତ କଲେ, ତହିଁରୁ ଜଳ ନିର୍ଗତ ହେବ, ଆଉ ଲୋକମାନେ ତାହା ପାନ କରିବେ;” ତେବେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କ ଦୃଷ୍ଟିରେ ସେହିରୂପ କଲେ।