ଯାତ୍ରା ପୁସ୍ତକ 17

ସେହି ସମୟରେ ଅମାଲେକ ଆସି ରଫୀଦୀମରେ ଇସ୍ରାଏଲ ସହିତ ଯୁଦ୍ଧ କଲେ।

Exodus 17:8 (UKJV) Then came Amalek, and fought with Israel in Rephidim.

6ଦେଖ, ଆମ୍ଭେ ହୋରେବରେ ସେହି ଶୈଳ ଉପରେ ତୁମ୍ଭ ସମ୍ମୁଖରେ ଠିଆ ହେବା; ତୁମ୍ଭେ ସେହି ଶୈଳକୁ ଆଘାତ କଲେ, ତହିଁରୁ ଜଳ ନିର୍ଗତ ହେବ, ଆଉ ଲୋକମାନେ ତାହା ପାନ କରିବେ;” ତେବେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କ ଦୃଷ୍ଟିରେ ସେହିରୂପ କଲେ।

7ପୁଣି, ସେହି ସ୍ଥାନରେ ଇସ୍ରାଏଲ-ସନ୍ତାନଗଣର ବିବାଦ ସକାଶୁ ଓ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି କି ନାହିଁ, ଏହା କହି ସଦାପ୍ରଭୁଙ୍କୁ ପରୀକ୍ଷା କରିବା ସକାଶୁ ସେ ସେହି ସ୍ଥାନର ନାମ “ମଃସା ଓ ମିରୀବାଃ ରଖିଲେ।”

8ସେହି ସମୟରେ ଅମାଲେକ ଆସି ରଫୀଦୀମରେ ଇସ୍ରାଏଲ ସହିତ ଯୁଦ୍ଧ କଲେ।

9ତହିଁରେ ମୋଶା ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଲୋକ ମନୋନୀତ କରି ଅମାଲେକ ସହିତ ଯୁଦ୍ଧ କରିବାକୁ ଯାଅ; ଆସନ୍ତାକାଲି ମୁଁ ଆପଣା ହସ୍ତରେ ପରମେଶ୍ୱରଙ୍କ ଯଷ୍ଟି ଘେନି ପର୍ବତ ଶୃଙ୍ଗରେ ଠିଆ ହେବି।”

10ତହୁଁ ମୋଶାଙ୍କ ଆଜ୍ଞାନୁସାରେ ଯିହୋଶୂୟ ଅମାଲେକ ସହିତ ଯୁଦ୍ଧ କଲେ, ପୁଣି, ମୋଶା ଓ ହାରୋଣ, ହୂର ପର୍ବତ ଶୃଙ୍ଗରେ ଆରୋହଣ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.