10ପୁଣି, ଯିଥ୍ରୋ କହିଲେ, “ଯେଉଁ ସଦାପ୍ରଭୁ ମିସରୀୟମାନଙ୍କର ଓ ଫାରୋଙ୍କର ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି, ଆଉ ମିସରୀୟମାନଙ୍କ ଅଧୀନତାରୁ ଲୋକମାନଙ୍କୁ ଉଦ୍ଧାର କରିଅଛନ୍ତି, ସେ ଧନ୍ୟ।
11ସଦାପ୍ରଭୁ ସମସ୍ତ ଦେବଗଣଠାରୁ ଅଧିକ ମହାନ, ଏହା ମୁଁ ଏବେ ଜାଣିଲି। ହଁ, ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ, (ସେହି ବିଷୟରେ ସେ ମହାନ।”)
12ଏଥିଉତ୍ତାରେ ମୋଶାଙ୍କ ଶ୍ୱଶୁର ଯିଥ୍ରୋ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ; ପୁଣି, ହାରୋଣ ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଆସି ପରମେଶ୍ୱରଙ୍କ ସମ୍ମୁଖରେ ମୋଶାଙ୍କ ଶ୍ୱଶୁର ସଙ୍ଗରେ ଭୋଜନ କଲେ।
13ତହିଁ ଆରଦିନ ମୋଶା ଲୋକମାନଙ୍କର ବିଚାର କରିବାକୁ ବସନ୍ତେ, ଲୋକମାନେ ପ୍ରଭାତଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ତାଙ୍କ ସମ୍ମୁଖରେ ଠିଆ ହୋଇ ରହିଲେ।
14ସେତେବେଳେ ମୋଶା ଲୋକମାନଙ୍କ ବିଷୟରେ ଯାହା ଯାହା କଲେ, ତାଙ୍କର ଶ୍ୱଶୁର ତାହା ଦେଖି କହିଲେ, “ତୁମ୍ଭେ ଲୋକମାନଙ୍କ ପ୍ରତି ଏ କିରୂପ ବ୍ୟବହାର କରୁଅଛ? ତୁମ୍ଭେ କାହିଁକି ଏକାକୀ ବସ ଓ ସମସ୍ତ ଲୋକ ପ୍ରଭାତଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ତୁମ୍ଭ ଚାରିଆଡ଼େ କାହିଁକି ଠିଆ ହୋଇ ରହନ୍ତି?”