ଯାତ୍ରା ପୁସ୍ତକ 18

ଏଥିଉତ୍ତାରେ ମୋଶାଙ୍କର ଶ୍ୱଶୁର କହିଲେ, “ତୁମ୍ଭର ଏହି କର୍ମ ଭଲ ନୁହେଁ।

Exodus 18:17 (UKJV) And Moses' father in law said unto him, The thing that you do is not good.

15ତହିଁରେ ମୋଶା ଆପଣା ଶ୍ୱଶୁରଙ୍କୁ କହିଲେ, “ଲୋକମାନେ ପରମେଶ୍ୱରଙ୍କ ବିଚାର ବୁଝିବା ପାଇଁ ମୋʼ ପାଖକୁ ଆସନ୍ତି

16ଓ ସେମାନଙ୍କର କୌଣସି ବିବାଦ ହେଲେ, ମୋʼ ପାଖକୁ ଆସନ୍ତି; ତହିଁରେ ମୁଁ ବାଦୀ ଓ ପ୍ରତିବାଦୀ ମଧ୍ୟରେ ବିଚାର କରେ, ପୁଣି, ପରମେଶ୍ୱରଙ୍କ ବିଧି ଓ ବ୍ୟବସ୍ଥାସବୁ ସେମାନଙ୍କୁ ଜ୍ଞାତ କରାଏ।”

17ଏଥିଉତ୍ତାରେ ମୋଶାଙ୍କର ଶ୍ୱଶୁର କହିଲେ, “ତୁମ୍ଭର ଏହି କର୍ମ ଭଲ ନୁହେଁ।

18ତୁମ୍ଭେ ଓ ତୁମ୍ଭ ସଙ୍ଗୀ ଏହି ଲୋକମାନେ ଦୁହେଁ ନିଶ୍ଚୟ କ୍ଷୀଣ ହୋଇଯିବ; କାରଣ ଏ କାର୍ଯ୍ୟ ତୁମ୍ଭ ନିମନ୍ତେ ଅତି ଭାରୀ; ତୁମ୍ଭେ ଏକାକୀ ଏହା ସାଧନ କରି ନ ପାର।

19ଏହେତୁ ମୋʼ କଥାରେ ମନୋଯୋଗ କର, ମୁଁ ତୁମ୍ଭଙ୍କୁ ପରାମର୍ଶ ଦେବି, ପୁଣି, ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ପରମେଶ୍ୱରଙ୍କ ଛାମୁରେ ତୁମ୍ଭେ ଲୋକମାନଙ୍କ ପକ୍ଷ ହୋଇ ସେମାନଙ୍କ କଥା ପରମେଶ୍ୱରଙ୍କ ନିକଟରେ ଜଣାଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.