ଯାତ୍ରା ପୁସ୍ତକ 18

ପୁଣି, ତୁମ୍ଭେ ସେମାନଙ୍କୁ ବିଧି ଓ ବ୍ୟବସ୍ଥାର ଉପଦେଶ ଦିଅ ଓ ସେମାନଙ୍କର ଗନ୍ତବ୍ୟ ପଥ ଓ କର୍ତ୍ତବ୍ୟ କର୍ମ ଦେଖାଅ।

Exodus 18:20 (UKJV) And you shall teach them ordinances and laws, and shall show them the way wherein they must walk, and the work that they must do.

18ତୁମ୍ଭେ ଓ ତୁମ୍ଭ ସଙ୍ଗୀ ଏହି ଲୋକମାନେ ଦୁହେଁ ନିଶ୍ଚୟ କ୍ଷୀଣ ହୋଇଯିବ; କାରଣ ଏ କାର୍ଯ୍ୟ ତୁମ୍ଭ ନିମନ୍ତେ ଅତି ଭାରୀ; ତୁମ୍ଭେ ଏକାକୀ ଏହା ସାଧନ କରି ନ ପାର।

19ଏହେତୁ ମୋʼ କଥାରେ ମନୋଯୋଗ କର, ମୁଁ ତୁମ୍ଭଙ୍କୁ ପରାମର୍ଶ ଦେବି, ପୁଣି, ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ପରମେଶ୍ୱରଙ୍କ ଛାମୁରେ ତୁମ୍ଭେ ଲୋକମାନଙ୍କ ପକ୍ଷ ହୋଇ ସେମାନଙ୍କ କଥା ପରମେଶ୍ୱରଙ୍କ ନିକଟରେ ଜଣାଅ।

20ପୁଣି, ତୁମ୍ଭେ ସେମାନଙ୍କୁ ବିଧି ଓ ବ୍ୟବସ୍ଥାର ଉପଦେଶ ଦିଅ ଓ ସେମାନଙ୍କର ଗନ୍ତବ୍ୟ ପଥ ଓ କର୍ତ୍ତବ୍ୟ କର୍ମ ଦେଖାଅ।

21ଆହୁରି, ତୁମ୍ଭେ ଏହି ଲୋକମାନଙ୍କ ମଧ୍ୟରୁ କର୍ମକ୍ଷମ, ଅର୍ଥାତ୍‍, ପରମେଶ୍ୱରଙ୍କ ପ୍ରତି ଭୟକାରୀ, ସତ୍ୟବାଦୀ ଓ ଅନ୍ୟାୟ ଲାଭ ଘୃଣାକାରୀ ଲୋକଙ୍କୁ ମନୋନୀତ କର; ପୁଣି, ସେମାନଙ୍କୁ ଲୋକମାନଙ୍କ ଉପରେ ସହସ୍ରପତି, ଶତପତି, ପଚାଶପତି ଓ ଦଶପତି ରୂପେ ନିଯୁକ୍ତ କର।

22ସେମାନେ ସର୍ବଦା ଲୋକମାନଙ୍କର ବିଚାର କରନ୍ତୁ, ପୁଣି, କୌଣସି ବଡ଼ କଥା ହେଲେ ତୁମ୍ଭ ନିକଟକୁ ଆଣିବେ, ମାତ୍ର କ୍ଷୁଦ୍ର କଥାସବୁ ସେମାନେ ଆପେ ବିଚାର କରିବେ, ତାହାହେଲେ ତୁମ୍ଭ ନିଜ କର୍ମ ଉଶ୍ୱାସ ହେବ, ପୁଣି, ସେମାନେ ତୁମ୍ଭ ସହିତ ଭାର ବହିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.